ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା । ଅଭିଯୁକ୍ତ ବିବନ ବିଶ୍ୱାଳକୁ ଘଟଣାସ୍ଥଳକୁ ନେଇ ସିନ ରିକ୍ରିଏଟ କଲା ସିବିଆଇ ଟିମ୍ । ବାରଙ୍ଗ ଅଞ୍ଚଳର ଘଟଣାସ୍ଥଳକୁ ବିବନକୁ ନେଇ ସିନ ରିକ୍ରିଏଟ କରିଛି ସିବିଆଇ ଟିମ । କେମିତି ଥିଲା ସେହି ରାତ୍ରୀର ଘଟଣା ସୁବ ବର୍ଣ୍ଣନା କଲା ବିବନ । ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ବିବିନ ବିଶ୍ବାଳଙ୍କୁ ୨ ଦିନିଆ ରିମାଣ୍ଡରେ ନେଇଛି ସିବିଆଇ । ଶୁକ୍ରବାର ସକାଳ ୬ଟା ଅଭିଯୁକ୍ତ ବିବିନକୁ ନେଇ ଦୁଷ୍କର୍ମ ଘଟଣାର ସିନ୍ ରିକ୍ରିଏସନ୍ କରିଛି ସିବିଆଇ ଟିମ୍ ।1999 ମସିହାରେ ଘଟିଥିବା ସେହି ସ୍ଥାନକୁ ନେଇ ତଦନ୍ତକାରୀ ସଂସ୍ଥା ତନାଘନା ଚଳାଇଛି। ବିବନ କେମିତି ଘଟାଇଥିଲା ଏ ଜଘନ୍ୟକାଣ୍ଡ? ସିବିଆଇ ତାହାର ଖୋଳତାଡ଼ କରୁଥିବା ବେଳେ ସେଦିନ କଣ ସବୁ ଘଟିଇଲା ତାହା ଗୋଟି ଗୋଟିଏ କରି ଦେଖାଉଛି ବିବନ। ଚନ୍ଦକା ଥାନା ଅଂଚଳରେ ଯେଉଁଠି ଘଟିଥିଲା ଏ ଘଟଣା, ବିବନକୁ ସେଠାକୁ ନେଇ ଛାନଭିନ୍ କରୁଛି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇ। ବିବନର ଆଜି ରିମାଣ୍ଡର ଶେଷ ଦିନ।1999ର ସେହି କାଳ ରାତିର କଳଙ୍କିତ କାହାଣୀ ସମ୍ପର୍କରେ ବିବନ ମୁହଁରୁ ସତ ବାହାର କରୁଛି ସିବିଆଇ। ସେହିଭଳି ଏହି କୁତ୍ସିତ କାଣ୍ଡ ପରେ କେମିତି ରାଜ୍ୟ ବାହାରକୁ ଖସିଯାଇଥିଲା? କେମିତି ନାଁ ବଦଳାଇ ଲୁଚି ବୁଲୁଥିଲା? କାହା ପ୍ରରୋଚନାରେ ଭିଆଇଥିଲା ଜଘନ୍ୟ ଅପରାଧ? କେଉଁମାନେ ତାକୁ ଫେରାର କରାଇବାକୁ ସହଯୋଗ କରିଥିଲେ? ଏସବୁ ଦିଗକୁ ଫୋକସରେ ରଖି ବିବନ ମୁହଁରୁ ସତ ବାହାର କରିବାକୁ ଚେଷ୍ଟା କରୁଛି ସିବିଆଇ।