ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୦୯.୦୨): ଆଜିଠୁ ଆରମ୍ଭ ହେଉଛି ନବ କିଶୋର ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳ କୃଷ୍ଣ ଦାସଙ୍କ ତୃତୀୟ ପର୍ୟ୍ୟାୟ ରିମାଣ୍ଡ । ଏହି ଅବଧିରେ ଅଭିଯୁକ୍ତର ହେବ ପଲିଗ୍ରାଫ ଓ ନାର୍କୋ ଟେଷ୍ଟ । ନାର୍କୋ ଟେଷ୍ଟ ପାଇଁ ଗତକାଲିଠୁ ଗୋପାଳକୁ ଗୁଜରାଟ ଗାନ୍ଧୀନଗରକୁ ନିଆଯାଇଛି । କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ଏକ ଆଠ ଜଣିଆ ଟିମ୍ ଗୋପାଳକୁ ନେଇ ନାର୍କୋ ଟେଷ୍ଟ ପାଇଁ ଯାଇଛି । ଜେରାବେଳେ ଅନେକ ଗୁମର ଖୋଲିଛି ଅଭିଯୁକ୍ତ । ମାତ୍ର ସେସବୁ କେତେ ଠିକ୍ ? କ୍ରାଇମବ୍ରାଞ୍ଚ ଆଗରେ ଗୋପାଳ ଦେଇଥିବା ବୟାନ ସତ ନା ମିଛ ? ତଦନ୍ତକୁ ବିଭ୍ରାନ୍ତ କରିବାକୁ ଉଦ୍ୟମ କରୁନଥିଲା ତ ଗୋପାଳ ? ଏହାର ସତ୍ୟାସତ୍ୟ ପରଖିବାକୁ ନାର୍କୋଟେଷ୍ଟ କରାଯାଉଛି ।
ପୂର୍ବରୁ ଅଭିଯୁକ୍ତର ଏଲଭିଏ ଟେଷ୍ଟ ମଧ୍ୟ ହୋଇଛି । ଗତକାଲି ଗୋପାଳର ଦ୍ବିତୀୟ ପର୍ୟ୍ୟାୟ ରିମାଣ୍ଡ ସରିବା ପରେ ଅଭିଯୁକ୍ତକୁ କୋର୍ଟରେ ହାଜର କରିଥିଲା କ୍ରାଇମବ୍ରାଞ୍ଚ । ଗୋପାଳ ମୁହଁରୁ ସତ ଆଦାୟ କରିବାକୁ ଆଉ ୫ଦିନ ରିମାଣ୍ଡ ସହିତ ପଲିଗ୍ରାଫ ଓ ନାର୍କୋ ଟେଷ୍ଟ କରିବାକୁ ଝାରସୁଗୁଡ଼ା ଜେଏମଏଫସି କୋର୍ଟ ଅନୁମତି ଦେଇଛନ୍ତି ।