ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୦୮.୦୩): ଆଜି ଅନ୍ତର୍ଜାତୀୟ ମହିଳା ଦିବସ, ମହିଳାଙ୍କ ପାଇଁ ଦିନଟିଏ । ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରତି ସମ୍ମାନ ଓ ଭଲପାଇବା ଜଣାଇବା ପାଇଁ ପାଳନ କରାଯାଇଥାଏ ଅନ୍ତର୍ଜାତୀୟ ମହିଳା ଦିବସ। ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖକୁ ମହିଳା ଦିବସ ଭାବେ ପାଳନ କରାଯାଇଥାଏ। ଏହି ଦିନ ମହିଳାମାନଙ୍କୁ ସମ୍ମାନ ଜଣାଇବା ସହ ସେମାନଙ୍କର ତ୍ୟାଗ ଏବଂ ପରିଶ୍ରମକୁ ସ୍ୱୀକୃତି ଓ ସମ୍ବର୍ଦ୍ଧନା ଦିଆଯାଇଥାଏ। କିଛି କିଛି କାର୍ଯ୍ୟାଳୟ ଓ ଅନୁଷ୍ଠାନରେ ମହିଳା କର୍ମଚାରୀଙ୍କୁ ଉପହାର ପ୍ରଦାନ କରିବା ସହ ସାଜସଜ୍ଜା ବି ହୋଇଥାଏ । କେବଳ ଭାରତରେ ନୁହେଁ, ବିଦେଶରେ ମଧ୍ୟ ମହିଳା ଦିବସ ବେଶ ଧୁମଧାମରେ ପାଳନ କରାଯାଇଥାଏ।