ଆଜି ବିଶ୍ବ ମହିଳା ଦିବସ । ପ୍ରତିବର୍ଷ ମାର୍ଚ୍ଚ ମାସ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଉଛି । ମହିଳାଙ୍କ ସାମାଜିକ, ଆର୍ଥିକ, ସାଂସ୍କୃତିକ, ରାଜନୈତିକ ଏବଂ ଅନ୍ୟ କ୍ଷେତ୍ରରେ ସଫଳତା ଓ ପାରଦର୍ଶିତାକୁ ପାଳନ କରିବା ଏହି ଦିନର ଉଦ୍ଦେଶ୍ୟ । ମହିଳାଙ୍କ ପାଇଁ ଅଧିକାର ଓ ସୁଯୋଗର ସମାନତା ନେଇ ଅଧିକରୁ ଅଧିକରୁ ସଚେତନତା ସୃଷ୍ଟି ପାଇଁ ମଧ୍ୟ ଏହି ଦିନ ପାଳନ ହୋଇଥାଏ ।
ମହିଳାମାନେ ଆଜିର ଯୁଗରେ ସବୁ କ୍ଷେତ୍ରରେ ଆଗକୁ ବଢ଼ିଲେଣି । ନାରୀ ଏକ ଶକ୍ତି, ଏକ ସ୍ନେହମୟୀ ହୃଦୟ, ଏକ ସ୍ଵପ୍ନ ସାକାର କରିବାର ଅତୁଟ ସାମର୍ଥ୍ୟ । ସେ ଜୀବନର ନିର୍ମାତ୍ରୀ, ପରିବାରର ଆଧାରସ୍ଥମ୍ଭ, ଏବଂ ସମାଜର ଅଙ୍ଗସ୍ଵରୂପ । ନାରୀ ମାତ୍ର ଏକ ସଂଜ୍ଞା ନୁହେଁ, ସେ ହେଉଛି ଆଦର୍ଶ, ଭଲପାଇବା ଏବଂ ସଂଘର୍ଷର ଚିହ୍ନ । ନାରୀ ମାନଙ୍କର ସମ୍ମାନ, ସ୍ଵାଧୀନତା ଏବଂ ସମାନ ଅଧିକାର ଏକ ସୁସଂଘଠିତ ଏବଂ ସୁନ୍ଦର ଭବିଷ୍ୟତ ଗଠନ କରିପାରେ । ଏହି ଆନ୍ତର୍ଜାତୀୟ ନାରୀ ଦିବସରେ, ଆସନ୍ତୁ ଏହି ଅନନ୍ୟ ଶକ୍ତିକୁ ସ୍ବୀକାର କରିବା, ନାରୀ ମାନଙ୍କ ସମ୍ମାନ ଏବଂ ଅବଦାନକୁ ଉତ୍ସବ ଆକାରରେ ମନେଇବା ।
ଆମେରିକାରେ ସୋସିଆଲିଷ୍ଟ ପାର୍ଟୀର ଆହ୍ୱାନରେ, ଏହି ଦିବସ ସର୍ବ ପ୍ରଥମେ ୨୮ ଫେବୃଆରୀ ୧୯୦୯ ମସିହାରେ ପାଳିତ ହେଉଥିଲା । ୧୯୧୦ ମସିହାରେ ସୋସିଆଲିଷ୍ଟ ଇଣ୍ଟରନ୍ୟାସନଲ କୋପେନହେଗନ ସମ୍ମିଳନରେ ଏହାକୁ ଅନ୍ତରାଷ୍ଟ୍ରୀୟର ମାନ୍ୟତା ଦିଆଗଲା । ସେହି ସମୟରେ ଏହାର ପ୍ରମୁଖ ଯୋଗ୍ୟ ସମ୍ପୂର୍ଣ୍ଣ ମହିଳାମାନଙ୍କୁ ଭୋଟ ଦେବାର ଅଧିକାର ଦିଆ ଯିବାରଥିଲା, କାରଣ ସେହି ସମୟରେ ବହୁ ଦେଶମାନଙ୍କରେ ମହିଳାଙ୍କୁ ଭୋଟ ଦେବାର ଅଧିକାର ନଥିଲା ।
୧୯୧୭ ମସିହାରେ ଋଷର ମହିଳାମାନେ, ମହିଳା ଦିବସରେ ରୁଟି ଏବଂ କପଡ଼ା ପାଇଁ ଆନ୍ଦୋଳନ କରିବାର ଯୋଜନା କରିଥିଲେ । ଏହି ଆନ୍ଦୋଳନ ମଧ୍ୟ ଐତିହାସିକ ଥିଲା । ଅନ୍ତରୀମ ସରକାର ମହିଳା ମାନଙ୍କୁ ଭୋଟ ଦେବାର ଅଧିକାର ଦେଲେ । ସେହି ସମୟରେ ଋଷରେ ଜୁଲିୟନ କ୍ୟାଲେଣ୍ଡର ଚଳୁଥିଲା ଏବଂ ବାକି ଦୁନିଆରେ ଗ୍ରେଗେରିୟାନ କ୍ୟାଲେଣ୍ଡର । ଏହି ଦୁଇ କ୍ୟାଲେଣ୍ଡରର ତାରିଖରେ କିଛି ଅନ୍ତର ଥିଲା । ଜୁଲିୟନ କ୍ୟାଲେଣ୍ଡର ଅନୁସାରେ ୧୯୧୭ ଫେବୃଆରୀର ଶେଷ ପର୍ୟ୍ୟାୟ ୨୩ ଫେବୃଆରୀରେ ଥିଲା କିନ୍ତୁ ଗ୍ରେଗେରିୟାନ କ୍ୟାଲେଣ୍ଡର ଅନୁସାରେ ସେହିଦିନ ୮ ମାର୍ଚ୍ଚ ଥିଲା । ସେହି ସମୟରେ ସମସ୍ତ ଦୁନିଆରେ, ଏମିତିକି ଋଷରେ ମଧ୍ୟ ଗ୍ରେଗେରିୟାନ କ୍ୟାଲେଣ୍ଡର ଚଳୁଥିଲା । ଏଥିପାଇଁ ୮ ମାର୍ଚ୍ଚକୁ ମହିଳା ଦିବସ ରୂପେ ପାଳନ କରାଗଲା ।
ପୁଣି ଅନୁଭବ ମଧ୍ୟ ସମୟ ସମୟରେ ଜାଗ୍ରତିଙ୍କ ଫଟୋ ପୋଷ୍ଟ କରୁଥିଲେ, ଯାହାକୁ ନେଇ ଚର୍ଚ୍ଚା ହୋଇଥିଲା। ଗତ କିଛି ଦିନ ଭିତରେ ବିଭିନ୍ନ ସାକ୍ଷାତକାରରେ ଜାଗ୍ରତି ଓ ଅନୁଭବ ବିବାହ କରିବାକୁ ଇସାରା ଦେଇଥିଲେ। ହେଲେ ଭାଇରାଲ ହୋଇଥିବା ଫଟୋକୁ ନେଇ ଉଭୟ ଏବେ ଯାଏଁ କୌଣସି ସ୍ପଷ୍ଟ ସୂଚନା ଦେଇନାହାନ୍ତି ।