ଏନ୍ଏନ୍ଏସ ଓଡିଆ, ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ଆଜି ସନ୍ଧ୍ୟା ୦୬ଟା ୩୦ମିନିଟ୍ ସମୟରେ ଏହି ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ବେଳେ ରାଜ୍ୟ କ୍ୟାବିନେଟ୍ ବୈଠକରେ କୃଷି, ସ୍ୱାସ୍ଥ୍ୟ, ଗଣଶିକ୍ଷା, ଜଳସମ୍ପଦ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଭଳି ବିଭିନ୍ନ ବିଭାଗର ୧୨ଟିରୁ ଉଦ୍ଧ୍ୱର୍ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଅନୁମୋଦନ ହେବାକୁ ରହିଛି ।
ସୂଚନା ଅନୁଯାୟୀ, ଆଗକୁ ସାଧାରଣ ନିର୍ବାଚନ ରହିଥିବାରୁ କୃଷି ଓ କୃଷକଙ୍କୁ କିଭଳି ଅଧିକ ସଶକ୍ତୀକରଣ କରାଯାଇ ପାରିବ ତାକୁ ନେଇ ବିଭାଗ ପକ୍ଷରୁ ୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିବାକୁ ରହିଛି। ଏହାସହିତ ରାଜ୍ୟରେ ଜଳସେଚନ ବ୍ୟବସ୍ଥାକୁ ତ୍ବରାନ୍ବିତ କରିବା ଲାଗି ଜଳସମ୍ପଦ ବିଭାଗ ପକ୍ଷରୁ କେତେକ ନିଲାମ ଅଣାଯିବାକୁ ରହିଥିବାବେଳେ ଗଣଶିକ୍ଷା, ସ୍ବାସ୍ଥ୍ୟ ଓ ସୂଚନା ଏବଂ ପ୍ରଯୁକ୍ତି ବିଦ୍ୟା ବିଭାଗ ପକ୍ଷରୁ ସ୍ବତନ୍ତ୍ର ପ୍ରସ୍ତାବମାନ ଆସିବ। ଏହାସହିତ କେତେକ ବିଭାଗର କ୍ୟାଡର ସଂଶୋଧନ ସରକାର ଆଣିବାକୁ ରହିଛି ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାଯାଇଛି।