ଭୁବନେଶ୍ୱରରେ ଆସନ୍ତାକାଲିଠାରୁ ଆରମ୍ଭ ହେବ ତୃତୀୟ ପର୍ଯ୍ୟାୟ ଟିକାକରଣ । ୬୦ ବର୍ଷରୁ ଅଧିକ ବୟସର ଲୋକେ ପରିଚୟପତ୍ର ଦେଖାଇ ଟିକା ନେବେ। ୪୫ ବର୍ଷରୁ ଅଧିକ ଓ ୬୦ ବର୍ଷରୁ କମ୍ ବୟସର ଲୋକେ ଯେଉଁମାନେ ରୋଗରେ ପୀଡ଼ିତ, ସେମାନେ ଡାକ୍ତରୀ ସାର୍ଟିଫିକେଟ ଦେଖାଇବେ। ଟିକାକରଣ ପାଇଁ ଉଭୟ ସରକାରୀ ଓ ପ୍ରାଇଭେଟ ହସ୍ପିଟାଲରେ ଦିଆଯିବ। ଯିଏ ପଂଜୀକରଣ କରିନଥିବେ, ଅନ୍ ସାଇଟ୍ ପଂଜୀକରଣ କରି ଟିକା ନେଇପାରିବେ । ସେପଟେ ଭୁବନେଶ୍ୱରରେ ଟିକାକରଣ ପାଇଁ ୨୨ଟି ହସ୍ପିଟାଲ ମନୋନୀତ ହୋଇଛି। ୧୨ଟି ସରକାରୀ ଏବଂ ୧୦ଟି ଘରୋଇ ହସ୍ପିଟାଲରେ ଦିଆଯିବ ଟିକା। ତାପରେ ବିଭିନ୍ନ ପ୍ରକ୍ରିୟା ଶେଷ ହେବା ପରେ ସେମାନେ କେଉଁଠି ଓ କେତେବେଳେ ଟିକା ନେବେ ସେନେଇ ସୂଚନା ଦିଆଯିବ । ସରକାରୀ ହସ୍ପିଟାଲରେ ବିନା ଦେୟରେ ଟିକା ନେଇପାରିବେ । କିନ୍ତୁ ଘରୋଇ ହସ୍ପିଟାଲରେ ଅଢ଼େଇ ଶହ ଟଙ୍କା ଦେବାକୁ ପଡିବ । ଏଥିପାଇଁ ରାଜ୍ୟର ସମସ୍ତ ସରକାରୀ ହସ୍ପିଟାଲ ସମେତ ୧୮୩ଟି ହସ୍ପିଟାଲରେ ବ୍ୟବସ୍ଥା କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ।