ରାଜ୍ୟରେ ଲାଗି ରହିଛି କୋହଲା ପାଗ। ଯାହା ଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆଜି ବି ରାଜ୍ୟରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିବ। ଏଥିପାଇଁ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର-ପଶ୍ଚିମା ପବନ ସାଙ୍ଗକୁ ଗୁରୁଚାପ ଏବଂ ନିମ୍ନରେଖା ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ବର୍ଷା ।ଆଜି ୧୬ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିବ। ସେହି ଜିଲ୍ଲା ଗୁଡ଼ିକ ହେଲା କନ୍ଧମାଳ,କଳାହାଣ୍ଡି, ମୟୂରଭଞ୍ଜ, ବାଲେଶ୍ୱର, ବଲାଙ୍ଗିର,ଖୋ଼ର୍ଦ୍ଧା ,କଟକ, ପୁରୀ, ନୟାଗଡ଼, ଜଗତସିଂହପୁର, ଢେଙ୍କାନାଳ, ରାୟଗଡ଼ା ,କୋରାପୁଟ ଓ କେନ୍ଦ୍ରାପଡ଼ା।
ଗୁରୁଚାପ ବଳୟର ସକ୍ରିୟତା ଏବଂ ନିମ୍ନଚାପ ରେଖା ଆଭ୍ୟନ୍ତରୀଣ କର୍ଣ୍ଣାଟକରୁ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ଲମ୍ବିଥିବାରୁ କୋହଲା ପାଗ ସାଙ୍ଗକୁ ତୁହାକୁ ତୁହା ହାଲୁକା ବର୍ଷା ସାରା ରାଜ୍ୟରେ ଲାଗି ରହିଛି । ରାତି ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହୁଥିଲେ ମଧ୍ୟ ଦିନ ଓ ରାତି ତାପମାତ୍ରା ମଧ୍ୟରେ ତାରତମ୍ୟ କମ୍ ରହୁଥିବାରୁ ଥଣ୍ଡା ଅନୁଭୂତ ହେଉଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତାକାଲିଠୁ ପାଗରେ ପରିବର୍ତନ ଆସିବା ସମ୍ଭାବନା ।