ଆସନ୍ତାକାଲି ଶ୍ରାବଣ ମାସର ପ୍ରଥମ ସୋମବାର । ଭକ୍ତମାନେ ଠାକୁରଙ୍କୁ କରିବେ ଜଳଲାଗି । କମିଶନରେଟ ପୋଲିସ କାଉଡ଼ିଆଙ୍କର ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା, ଅପ୍ରୀତିକର ପରିସ୍ଥିତିକୁ ରୋକିବା ଲାଗି ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ରାଜଧାନୀରେ କାଉଡ଼ିଆ ଯିବା ଆସିବା ବାଟରେ ୧୨ଟି ମୋବାଇଲ ପାଟ୍ରୋଲିଂ ଟିମ, ୧୩ଟି ପିସିଆର ରହିବ। ଛକ ମାନଙ୍କରେ ଫାଷ୍ଟ ଏଡ଼ ଓ ମୋବାଇଲ ମେଡ଼ିକାଲ ୟୁନିଟ ରହିବ ବୋଲି ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ। ଜଳ ଉଠାଇବା ସ୍ଥାନ ବା ବିଭିନ୍ନ ନଦୀ ପଠାରେ ଓଡ୍ରାଫ୍ ଓ ଫାୟାର ଫାଇଟିଂ ୟୁନିଟ୍ ନିୟୋଜିତ ରହିବେ। ସମସ୍ତ ସୁରକ୍ଷା ବ୍ୟବସ୍ଥାର ତଦାରଖ ପାଇଁ ଜଣେ ଅତିରିକ୍ତ ଡିସିପିଙ୍କ ଅଧୀନରେ ପାଞ୍ଚ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ୫ ଜଣ ଏସିପି, ୮ ଜଣ ଇନ୍ସପେକ୍ଟର, ୩୯ ଜଣ ସବ ଇନ୍ସେପେକ୍ଟର ଓ ଏଏସଆଇ ନିୟୋଜିତ ହେବେ।