ଏନ୍ଏନ୍ଏସ ଓଡିଆ, ଭୁବନେଶ୍ୱର: ଆସନ୍ତା ୩୦ରୁ ବର୍ଷା ପରିମାଣ ବୃଦ୍ଧି । ଲଘୁଚାପର ପ୍ରଭାବ କମି କମି ଆସିଥିବା ବେଳେ ଆସନ୍ତା ୩୦ରୁ ବର୍ଷାର ପରିମାଣ ବୃଦ୍ଧି ହୋଇ ଅଗଷ୍ଟ ୪ରୁ ବର୍ଷାର ପରିମାଣ କମିବା ନେଇ ପାଣିପାଗ ବିଭାଗ ସୂଚନା ଦିଆଯାଇଛି । ବର୍ଷା ପାଇଁ ୧୭ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱରରେ ଅତି ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୪ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଭଦ୍ରକ, ଯାଜପୁର, ଢେଙ୍କାନାଳ,ଅନୁଗୁଳ,ଦେବଗଡକୁ ୱାର୍ଣ୍ଣିଂ କରାଯାଇଛି। ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ୍ତି ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି ।