ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ୟୁ-ଟର୍ଣ୍ଣ । ଇଣ୍ଡିଆ ଛାଡି ଏନଡିଏ ମେଂଟରେ ସାମିଲ ହେବ ଜେଡିୟୁ । ଆସନ୍ତା ୪ ତାରିଖରେ ବିହାରର ବେଟିଆରେ ଗୋଟିଏ ମଂଚରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ନୀତୀଶ କୁମାର ଏକାଠୀ ହୋଇପାରନ୍ତି । ସବୁ କାର୍ଯ୍ୟକ୍ରମ ବାତିଲ କରି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରୁଦ୍ଧଦ୍ୱାର ବୈଠକ କରିଛନ୍ତି । ବୈଠକ ପଛର କାରଣ ଆରଜେଡି ଓ ଜେଡିୟୁ ଭିତର ବିବାଦ ବୋଲି କୁହାଯାଉଛି । ସେପଟେ ଆରଜେଡି ଶିବିରରେ ହଇଚଇ ଦେଖାଦେଇଛି । ବୁଧବାର ଏକ କାର୍ଯ୍ୟକ୍ରମରେ ନୀତୀଶ ପରୋକ୍ଷରେ ଆରଜେଡିକୁ ଟାର୍ଗେଟ କରିଥିଲେ । ବିନା ନା ନେଇ ବଂଶବାଦ ପ୍ରସଙ୍ଗ ଉଠାଇଥିଲେ । ଏହା ପରେ ଉଭୟ ଦଳ ମଧ୍ୟରେ ଯେଉଁ ବିବାଦ ଓ ତିକ୍ତତା ଥିଲା ତାହା ବଢ଼ିବାରେ ଲାଗିଛି ।
ଭାରତ ରତ୍ନ ସମ୍ମାନ ପାଇଁ କର୍ପୂରୀ ଠାକୁରଙ୍କ ନାମ ଘୋଷଣା ପରେ ବଦଳିଯାଇଛି ବିହାରର ରାଜନୈତିକ ସମୀକରଣ। ନୀତୀଶ କୁମାର କେନ୍ଦ୍ର ସରକାର ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭୂରି ଭୂରି ପ୍ରଶଂସା କରିଥିଲେ। ଏହାପରେ ସେ ବିଜେପିରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା। ଗତକାଲି ମଧ୍ୟ ଏକ ବଡ ଧରଣର ମାନସ ମନ୍ଥନ ହୋଇଥିଲା।
ଶେଷରେ ଜେଡିୟୁ ବିଜେପି ସହ ଗଣ୍ଠବନ୍ଧନ କରିବାକୁ ଯାଉଥିବା ବିଶେଷ ସୂତ୍ରରୁ ପ୍ରକାଶ ପାଇଛି।