ମଦ୍ରାସା ଭାଙ୍ଗିବାକୁ ନେଇ ଉତ୍ତରାଖଣ୍ଡର ହଲଦ୍ୱାନୀ ଜିଲ୍ଲାରେ ଅଣାୟତ୍ତ ଆଇନଶୃଙ୍ଖଳା । ଏହି ଘଟଣାରେ ଏଯାବତ ମୋଟ ୪ ଜଣଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ୨୫୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି।
ସ୍ଥିତି ଅଣାୟତ୍ତ ହେବାରୁ ପୁଲିସ୍ ଛାଉଣୀରେ ପରିଣତ ହୋଇଥିବା ବେଳେ କର୍ଫ୍ୟୁ ଜାରି କରାଯାଇଛି । ଅଧିକ ଗଣ୍ଡଗୋଳ ଆଶଙ୍କାରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରି ଦିଆଯାଇଛି। ଗଣ୍ଡଗୋଳକାରୀଙ୍କୁ ଦେଖିବା ମାତ୍ରେ ଗୁଳି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ହିଂସାକୁ ନଜରରେ ରଖିବ ଆଜି ହଲଦ୍ୱାନୀର ସମସ୍ତ ସ୍କୁଲ କଲେଜ ବନ୍ଦ ଘୋଷଣା କରାଯାଇଛି ।
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମୀ ଉଚ୍ଚସ୍ତରୀୟ ବୈଠକ ଡାକି ସ୍ଥିତି ସମୀକ୍ଷା କରିଛନ୍ତି। ଶାନ୍ତି ରକ୍ଷା ନିମନ୍ତେ ଲୋକମାନଙ୍କୁ ଅପିଲ କରିଛନ୍ତି। ସମସ୍ତ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୁଲିସ୍ ସୂଚନା ଦେଇଛି।