ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୨୩.୦୨): ଏଣିକି ୬ବର୍ଷ ବୟସରେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ପିଲା। ନୂଆ ଜାତୀୟ ଶିକ୍ଷା ନୀତି ଆଧାରରେ ୬ବର୍ଷ ବୟସରେ ପିଲାଙ୍କର ପ୍ରଥମ ଶ୍ରେଣୀରେ ନାମ ଲେଖାଇବେ ଅଭିଭାବକ। ଏ ନେଇ ସବୁ ରାଜ୍ୟ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଛି। ନୂଆ ନିୟମ ଅନୁପାଳନ କରିବାକୁ ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଚିଠି ଲେଖିଛି କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ। ୩ବର୍ଷରୁ ପିଲାଙ୍କୁ ପ୍ଲେ-ସ୍କୁଲ ପଠାଯିବା ସହ ୬ବର୍ଷରେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଚିଠିରେ ଉଲ୍ଲେଖ କରାଯାଇଛି।