ଆଜି ଓଡିଆ ନବ ବର୍ଷ। ଏହି ଅବସରରେ ସମସ୍ତ ଓଡିଆଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ କରି ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ କରି ଓଡିଆ ନବବର୍ଷ ଓ ମହାବିଷୁବ ଓ ପଣା ସଂକ୍ରାନ୍ତି ଅବସରରେ ସଭିଁଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ନୂଆବର୍ଷରେ ସଭିଁଙ୍କ ମନସ୍କାମନା ପୂରଣ ହେବା ସହ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି। ସେହିପରି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।
ଓଡ଼ିଆ ନବ ବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ଓଡ଼ିଶାର କଳା, ସଂସ୍କୃତିର ପ୍ରସାର ପାଇଁ ଓଟିଡିସି ପକ୍ଷରୁ କରାଯାଇଥିବା ପ୍ରୟାସ ଅତ୍ୟନ୍ତ ପ୍ରଶଂସନୀୟ। ଆସନ୍ତୁ, ଓଡ଼ିଶାର ଗୌରବମୟ ଐତିହ୍ୟ, କଳା, ସଂସ୍କୃତି ଓ ପରମ୍ପରାକୁ ସ୍ମରଣ କରି ଓଡ଼ିଆ ନୂଆ ବର୍ଷ ଅବସରରେ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସଂକଳ୍ପବଦ୍ଧ ହେବା। #Odisha pic.twitter.com/n7tospq7gy
— CMO Odisha (@CMO_Odisha) April 14, 2021
ଓଡିଆ ନବବର୍ଷ ମହାବିଷୁବ ଓ ପଣା ସଂକ୍ରାନ୍ତି ଅବସରରେ ସଭିଁଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ପାଇଁ ପ୍ରାର୍ଥନା କରିଛନ୍ତି। ଏହାସହ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି।