କଟକ ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ । ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ପୂର୍ବ ସରକାର ଯେଉଁ ମେଟ୍ରୋର ପରିକଳ୍ପନା କରିଥିଲେ ତ୍ରିଶୁଳିଆ ପର୍ଯ୍ୟନ୍ତ, ତାହାର କାର୍ଯ୍ୟକ୍ଷମ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ । ଟେକ୍ନିକାଲ ଲୋକଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି ଏବଂ ଏହି କମିଟି ସର୍ଭେ ମଧ୍ୟ କରିଛି । ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ ।
ଏୟାରପୋର୍ଟରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପୂର୍ବରୁ ମେଟ୍ରୋ ଯିବା ନେଇ ପ୍ଲାନ କରାଯାଇଥିଲା । ହେଲେ ଲୋକେ ତ୍ରିଶୁଳିଆ ପର୍ଯ୍ୟନ୍ତ ଯାଇ କ’ଣ କରିବେ ? କଟକ ପର୍ଯ୍ୟନ୍ତ ଯିବାର ଆବଶ୍ୟକତା ରହିଛି ବୋଲି ମନ୍ତ୍ରୀ କହିଛନ୍ତି । ସେହିଭଳି ଅନ୍ୟାନ୍ୟ ସ୍ଥାନକୁ ମଧ୍ୟ ଯିବାର ଆବଶ୍ୟକତା ରହିଛି । କମିଟି ଅନୁଧ୍ୟାନ କରୁଛି ଏବଂ ଏହାର ପରିଧିକୁ ବିସ୍ତୃତ କରାଯିବ ଏବଂ ଏହି ପ୍ରକଳ୍ପକୁ ବାତିଲ କରାଯିବ ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ।
ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୬ ହଜାର ୨୫୫ କୋଟି ଟଙ୍କା ବ୍ୟୟ ଅଟକଳ ରହିଛି । ଏହି ପ୍ରକଳ୍ପ ୨୦୨୭ ସୁଦ୍ଧା ଶେଷ ହେବ ବୋଲି ଲକ୍ଷ୍ୟ ରଖାଯାଇଛି । ତେବେ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟରୁ ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ ପ୍ରାୟ ୨୬ କିଲୋମିଟର ଏହି ମେଟ୍ରୋ ରେଳ ଚଳାଚଳ କରିବ । ଏହା ମଧ୍ୟରେ ୨୦ଟି ମେଟ୍ରୋ ରେଳ ଷ୍ଟେସନ ରହିବ