ଦ୍ବୈତ ନଗରୀ ଭୁବନେଶ୍ବର-କଟକରେ ହାଲୁକା ବର୍ଷା ଲୋକଙ୍କୁ ଯାତାୟତରେ ଅସୁବିଧା ସୃଷ୍ଟି କରିଛି। ଆଜି ସକାଳୁ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ଦେଖିବାକୁ ମିଳିଛି। ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ କୋହଲା ପାଗ ଲାଗି ରହିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ଛତିଶଗଡ଼ ବାୟୁମଣ୍ଡଳ ଉପରି ଭାଗରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ କୋହଲା ପାଗ ଜାରି ରହିବ। ବିଶେଷ କରି ଉତ୍ତର ଉପକୂଳ, ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୫ ତାରିଖ ବେଳକୁ ଓଡ଼ିଶାରୁ ବର୍ଷାର ମାତ୍ରା କମିବ। ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ ଓ ନୟାଗଡ଼ ଆଦି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଉଛି। ୨୬ ତାରିଖବେଳକୁ ପାଗରେ ପରିବର୍ତ୍ତନ ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷର ସୂଚନା ଦିଆଯାଇଛି।