ଏନ୍ଏନ୍ଏସ ଓଡିଆ, ସମ୍ବଲପୁର: ଆଜି ହୀରାକୁଦ ଡ୍ୟାମ୍ ଗେଟ୍ ଖୋଲିବା ସହ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛଡ଼ା ଯାଇଛି। ଜ୍ଝପୂଜାର୍ଚ୍ଚନା ପରେ ସକାଳ ୯ଟାରେ ହୀରାକୁଦ ଡ୍ୟାମ୍ର ଗୋଟିଏ ଗେଟ୍ ଖୋଲାଯାଇଛି। ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲା ଯାଇଛି। ସେକେଣ୍ଡ ପ୍ରତି ୭୫ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଥିବାବେଳେ ବର୍ତ୍ତମାନ ଗୋଟିଏ ଗେଟ ଖୋଲାଯାଇଛି ହୀରାକୁଦ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଏବେ ଏହାର ଜଳପତ୍ତନ ୬୧୪.୮୭ ଫୁଟ ରହିଛି। ଜୁଲାଇ ୩୧ ତାରିଖ ସୁଦ୍ଧା ଜଳଭଣ୍ଡାରର ଜଳପତ୍ତନ ୬୦୫ ଫୁଟ୍ ରଖିବାକୁ ନିଷ୍ପତ୍ତି ହୋଇଛି।
ପର୍ୟ୍ୟାୟ କ୍ରମେ ଆଉ ୪ଟି ଗେଟ ଖୋଲାଯିବ ଜ୍ଝ ଉଲ୍ଲେଖ ଥାଉ କି ଶୁକ୍ରବାର ସନ୍ଧ୍ୟା ୬ଟାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩.୫୮ଫୁଟ୍ରେ ପହଂଚିଥିବା ବେଳେ ଶନିବାର ଏହି ସମୟରେ ଜଳସ୍ତର ୬୧୪.୪୩ ଫୁଟ୍ରେ ପହଂଚିଥିଲା । ଏହି ସମୟରେ ଜଳଭଣ୍ଡାରକୁ ୬୪,୮୦୦ କ୍ୟୁସେକ୍ ଜଳପ୍ରବେଶ କରୁଥିବା ବେଳେ ୪୦,୭୨୫ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା।ସେଥିରୁ ୩୭,୩୭୮ କ୍ୟୁସେକ୍ ଜଳ ପାୱାର ଚାନେଲ ଦେଇ ମହାନଦୀରେ ନିଷ୍କାସିତ ହେଉଥିବା ବେଳେ ୩୦୭୩ କ୍ୟୁସେକ୍ ଜଳସେଚନ ନିମନ୍ତେ କେନାଲଗୁଡ଼ିକରେ ଛଡ଼ାଯାଇଛି। ଆଜି ସକାଳେ ଜଳସ୍ତର ୬୧୫ ଫୁଟ୍ ଅତିକ୍ରମ କରିବା ପରେ ଗେଟ ଖୋଲାଯାଇଛି । ଗତ ବର୍ଷ ୧୮ ଜୁଲାଇରେ ସେହି ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ସେହି ସମୟରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩.୦୮ ଫୁଟ୍ ରହିଥିଲା। ପର୍ୟ୍ୟାୟକ୍ରମେ ଆଉ ୪ଟି ଗେଟ୍ ଖୋଲାଯିବ ବୋଲି ଜଣାପଡ଼ିଛି।