ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୧୦.୦୨): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ପ୍ରଥମ କାର୍ଯ୍ୟକ୍ରମ ଜ୍ଞାନପ୍ରଭା ମିସନର ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜ୍ଞାନପ୍ରଭା ମିସନର ପ୍ରଜ୍ଞାନାନନ୍ଦ ସରସ୍ବତୀ ଓ ବହୁ ସାଧୁସନ୍ଥ ପ୍ରମୁଖ ଯୋଗ ଦେଇଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ ଉତ୍କଳ ମଣ୍ଡପ ଠାରେ ଜ୍ଞାନପ୍ରଭା ମିସନର ପ୍ରତିଷ୍ଠା ଦିବସ ସମାରୋହରେ ପହଞ୍ଚିଥିଲେ। ଭାରତୀୟ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ସ୍ବାଗତ କରିଥିଲେ।