ଏନ୍ଏନ୍ଏସ ଓଡିଆ, ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିଅରରେ ଯୋଡିହେଲେ ଆଉ ଏକ ନୂଆ ଅଧ୍ୟାୟ । ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଲେ ନବୀନ । ବନିଲେ ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ ।
୧୯୯୭ମସିହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ରାଜନୈତିକ କ୍ୟାରିଅର୍ ଆରମ୍ଭ କରିଥିଲେ । ମାର୍ଚ୍ଚ ୨୦୦୦ରେ ମାର୍ଚ୍ଚ ୫ ତାରିଖରେ ସେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ । ସେହି ଦିନଠାରୁ ଆଜି ପର୍ୟ୍ୟନ୍ତ ନବୀନ ମୁଖ୍ୟମନ୍ତ୍ରୀ ଭାବେ କାର୍ୟ୍ୟ କରୁଛନ୍ତି ।ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମ୍ର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ଭାବେ ରହିଥିଲେ। ଆଜି ନବୀନ, ଜ୍ୟୋତି ବସୁଙ୍କ ଏହି ରେକର୍ଡ ଭାଙ୍ଗି ଦେଶର ଦ୍ୱିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ବନିଛନ୍ତି।
ଦେଶରେ ଦୀର୍ଘ ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି ସିକ୍କିମର ପୂର୍ବତନ ମୁଖ୍ୟମନ୍ତ୍ରୀ ପୱନ କୁମାର ଚାମଲିଙ୍ଗ। ସେ ୧୯୯୪ ଡିସେମ୍ବର ୧୨ ରୁ ୨୦୧୯ ମେ ୨୭ ତାରିଖ ପର୍ୟ୍ୟନ୍ତ ମୁଖ୍ୟମନ୍ତ୍ରୀ ଥିଲେ।