ଝାରସୁଗୁଡ଼ା,(ଏନଏନଏସ ଓଡ଼ିଆ /୧୯.୦୩): ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ବୀରେନ୍ଦ୍ର ପାଣ୍ଡେ ଯକୃତ ରୋଗରେ ପୀଡ଼ିତ ଥିଲେ। ଗତ ୧୬ ତାରିଖରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୋର ପ୍ରାୟ ୪ଟା ବେଳେ ବୀରେନ୍ଦ୍ର ପାଣ୍ଡେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ସେତେବେଳେ ପରିବାର ଲୋକେ ତାଙ୍କ ପାଖରେ ଉପସ୍ଥିତ ଥିଲେ। ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ ଖବର ପାଇବା ପରେ ପିସିସି ସଭାପତି ଶରତ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।