ବାଙ୍ଗିରିପୋଷି ଦ୍ୱାରଶୁଣି ଘାଟିରେ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ଘଟଣା. ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅମର ଆତ୍ମାର ସଦଗତି କାମନା କରିଛନ୍ତି। ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଛନ୍ତି।
ଧଉଳି ଗଣନାଟ୍ୟ ଯାତ୍ରାପାର୍ଟିର ଲାଇଟ ଓ ସାଉଣ୍ଡ ବୋଝେଇ ଟ୍ରକ ଓଲଟି ପଡି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଗୁରୁତର ହୋଇଥିଲେ। ଦୁର୍ଘଟଣା ପରେ ଆହତ ମାନଙ୍କୁ ଉଦ୍ଧାର କରି ନିକଟସ୍ଥ ବାଙ୍ଗିରିପୋଷି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଘଟଣା ସ୍ଥଳରେ ବାଙ୍ଗିରିପୋଷି ଅଗ୍ନିଶମ ବାହିନୀ ଏବଂ ସ୍ଥାନୀୟ ଲୋକମାନେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ। ବାଙ୍ଗିରିପୋଷି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ ସହ ସ୍ଥିତି ନିୟନ୍ତ୍ରଣ କରିଥିଲେ। କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଲାଗି ରହିଥିବା ବେଳେ ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା ଘଟିଛି।