ଅଚାନକ ଜରୁରୀକାଳୀନ ଭାବେ ବିଲ ଭିତରେ ଅବତରଣ କଲା ନୌସେନା ହେଲିକପ୍ଟର । ତେବେ ଭାରତୀୟ ନୌସେନା ଦିବସରେ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକର ଗାଁ ଅମରଦା ପଞ୍ଚାୟତ ଅମରଦା ଠାରେ ବିଲ ଭିତରେ ନୌସେନା ହେଲିକପ୍ଟର ଜରୁରୀକାଳୀନ ଅବତରଣ କରିଥିବା ଦେଖିବାକୁ ମିଳିଛି । ତେବେ ବିଲରେ ଚାଷୀମାନେ ଧାନ କାଟୁଥିବା ସମୟରେ ଦେଖିବାକୁ ପାଇଥିଲେ ଏକ ହେଲିକପ୍ଟର ବିଲ ମଧ୍ୟରେ ଓହ୍ଲାଇବାକୁ ଚେଷ୍ଟା କରୁଛି । ଗୋଟିଏ ବିଲ ଭିତରେ ଓହ୍ଲାଇବାକୁ ଚେଷ୍ଟା କରୁଥିବା ବେଳେ ଧାନକୁଟା ଉଡିବାରୁ ସେଠାରେ ଅବତରଣ କରିନପାରି ଅନ୍ୟ ଏକ ଫାଙ୍କା ବିଲରେ ଅବତରଣ କରିଥିଲା । ଦୀର୍ଘ ୩୦ ମିନିଟ ଧରି ପାଇଲଟ ହେଲିକେପ୍ଟରରୁ ଓହ୍ଲାଇ ଯାନ୍ତ୍ରିକ ତ୍ରୁଟିକୁ ସୁଧାରି ଥିଲେ । ୪୫ ମିନିଟ ପରେ ପୁଣି ଉଡିବାକୁ ସକ୍ଷମ ହୋଇଥିଲା ନୌସେନା ହେଲିକେପ୍ଟର । ତେବେ ଚାଷ କାମରେ ଲାଗିଥିବା ଲୋକେ ଭୟଭୀତ ଥିବା ପରିଲକ୍ଷିତ ହୋଇଥିଲା। ଅପରପକ୍ଷରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ନୌସେନା ହେଲିକେପ୍ଟର ଦେଖିବାକୁ ଭିଡ଼ ଜମିଥିଲା ।