ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୧୫.୦୩): ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ ଆଜିଠୁ ୧୮ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାରେ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଂଜ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି,କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା।