ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ୟସ’ ଅତି ଭୀଷଣ ବାତ୍ୟା ଭାବେ ସ୍ଥଳଭାଗ ଛୁଇଁପାରେ । ସମ୍ଭାବ୍ୟ ବାତ୍ୟା ‘ୟସ୍’ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ। ଆଜି ଆଇଏମ୍ଡି ପକ୍ଷରୁ ଏହି ଆକଳନ କରାଯାଇଛି। ଆଉ ୨୬ ସନ୍ଧ୍ୟାରେ ଅତି ପ୍ରବଳ ବାତ୍ୟାର ଆକାର ଧାରଣ କରି ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଉପକୂଳ ଅତିକ୍ରମ କରିପାରେ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୫୫ରୁ ୧୬୫ କିମି ରହିବ। ବେଳେ ବେଳେ ଝଟକା ପବନର ବେଗ ୧୮୫ କିମି ଛୁଇଁବ। ୨୪ ତାରିଖ ସନ୍ଧ୍ୟାରୁ ୪୦ରୁ ୫୦ କିମି ବେଗରେ ପବନ ବହିବ। ୨୫ରୁ ପବନର ବେଗ ବଢ଼ିବ। ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବ। କେତେକ ସ୍ଥାନରେ ୨୦ ସେମି ପର୍ଯ୍ୟାନ୍ତ ବର୍ଷା ହୋଇପାରେ। ପବନର ବେଗ ଯାହା ଏଥିରେ ବଡ଼ ବଡ଼ ଗଛ ଉପୁଡ଼ିପାରେ। ଆଜବେଷ୍ଟସ, କଚା ଓ ଟିଣ ଘର ଭାଙ୍ଗିବାର ସମ୍ଭାବନା ରହିଛି। ପବନରେ ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ିବା ସହ କ୍ଷତି ଘଟାଇବ।