<h3>ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ଆଜି ଖବରକାଗଜରେ ସର୍ବସାଧାରଣରେ ଅପେକ୍ଷାକୃତ ବଡ଼ ଆକରରେ କ୍ଷମା ମାଗିଛି ପତଞ୍ଜଳି ଆୟୁର୍ବେଦ ଲିମିଟେଡ୍ । ସକାଳେ ପ୍ରକାଶିତ ବିଜ୍ଞାପନ ଏକ ଖବରକାଗଜ ପୃଷ୍ଠାର ଏକ ଚତୁର୍ଥାଂଶ ସ୍ଥାନ ନେଇଛି । ଯୋଗ ଗୁରୁ ରାମଦେବ ଏବଂ ତାଙ୍କ ସହଯୋଗୀ ବାଲକ୍ରିଷ୍ଣା ଆଜି ଖବରକାଗଜରେ ସର୍ବସାଧାରଣରେ କ୍ଷମା ପ୍ରାର୍ଥନା କରିଛନ୍ତି। ପତଞ୍ଜଳି ଗତକାଲି ମଧ୍ୟ କ୍ଷମା ମାଗିଥିଲେ, କିନ୍ତୁ ଏହି କ୍ଷମା ପ୍ରାର୍ଥନା ବିଭ୍ରାନ୍ତିକର ବିଜ୍ଞାପନ ଆକାରଠାରୁ ଛୋଟ ହୋଇଥିବାରୁ ପ୍ରଶ୍ନ କରିଥିଲେ ଅଦାଲତ । ପୂର୍ବରୁ କ୍ଷମା ପ୍ରାର୍ଥନା ପରେ କମ୍ପାନୀ ପକ୍ଷରୁ କୁହାଯାଇଥିଲା ଯେ ସେ ୬୭ଟି ଖବରକାଗଜରେ ସେ କ୍ଷମା ମାଗିଛନ୍ତି । କୋର୍ଟଙ୍କ ପ୍ରତି ଅତ୍ୟଧିକ ସମ୍ମାନ ରହିଛି ବୋଲି ସେ କ୍ଷମା ମାଗିଛନ୍ତ ଏବଂ ସେମାନଙ୍କର ଭୁଲ ପୁନରାବୃତ୍ତି କରିବେ ନାହିଁ । ପତଞ୍ଜଳି ପକ୍ଷରୁ ସୁପ୍ରିମକୋର୍ଟରେ କୁହାଯାଇଛି ଯେ ବିଜ୍ଞାପନଗୁଡ଼ିକର ମୂଲ୍ୟ ୧୦ ଲକ୍ଷ ଟଙ୍କା । ହେଲେ ସୁପ୍ରିମ୍କୋର୍ଟ ପକ୍ଷରୁ ପ୍ରଶ୍ନ କରାଯାଇଥିଲା କି ସୁପ୍ରିମକୋର୍ଟର ଶୁଣାଣି ପୂର୍ବରୁ ଏକ ସପ୍ତାହ ପରେ କାହିଁକି କ୍ଷମା ପ୍ରାର୍ଥନା କରାଯାଇଥିଲା ? ତାହାଛଡ଼ା ବିଜ୍ଞାପନର ଆକାର ଯେତିକି ବଡ଼ ଥିଲା କ୍ଷମା ପ୍ରାର୍ଥନାର ଆକାର ବି ସେତିକି ବଡ଼ କି ? ଯୋଗ ଗୁରୁ ସ୍ବାମୀ ରାମଦେବଙ୍କୁ ସୁପ୍ରିମକୋର୍ଟଙ୍କଠାରୁ ଆଉ ଏକ ବଡ଼ ଝଟକା ଲାଗିଛି । କାରଣ ତାଙ୍କର ଯୋଗ ଶିବିର ପାଇଁ ବର୍ତ୍ତମାନ ସେବା ଟିକସ ଦେବାକୁ ପଡ଼ିବ। ଜଷ୍ଟିସ ଅଭୟ ଏମ ଓକ ଏବଂ ଜଷ୍ଟିସ ଉଜ୍ଜ୍ବଲ ଭୂୟାଁଙ୍କ ସୁପ୍ରିମକୋର୍ଟର ଏକ ବେଞ୍ଚ ଏହି ମାମଲାରେ ସେବା ଟିକସ ଅପିଲ ଟ୍ରିବ୍ୟୁନାଲର ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି ।</h3>