<h3>ପୁଣି ଡରାଇଲାଣି ତାତି ।କିଛି ଦିନର ଆଶ୍ୱସ୍ତି ପରେ ପୁଣି ରାଜ୍ୟରେ କଲବଲ କଲାଣି ଗରମ ଓ ଗୁଳୁଗୁଳି ।ସକାଳ ୮ଟା ୩୦ ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୪.୬ ଡିଗ୍ରୀ ରେକର୍ଡ କରାଯାଇଛି ।୪ରୁ ୫ ଦିନ ମଧ୍ୟ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ବୃଦ୍ଧି ହେବାର ସମ୍ଭାବନା ରହିଛି ।୨୧ ରୁ ୨୩ ଯାଏ ଗ୍ରୀଷ୍ମପ୍ରବାହ କାରଣରୁ ପ୍ରବଳ ଗରମ ଅନୁଭୂତ ହେବ ।ସେହିପରି ଆଭ୍ୟନ୍ତରୀଣ ଓଡିଶାରେ ତାତି ଅଧିକ ଅନୁଭୂତ ହେବ ।ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ସହ ପ୍ରବଳ ଗୁଳୁଗୁଳି ଅନୁଭୂତ ହେବ ।ଏହାସହ ୨୦ ତାରିଖରେ ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଜିଲ୍ଲାରେ ଗ୍ରୀଷ୍ମପ୍ରବାହକୁ ନେଇ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।ସେପଟେ ଆସନ୍ତା ମେ ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପପୁଞ୍ଜ ଛୁଇଁବ ବୋଲି ଆକଳନ କରାଯାଇଛି ।ତେବେ କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡିଶାରେ କେବେ ମୌସୁମୀ ବାୟୁ ପହଂଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।</h3>