ଫେବ୍ରୁଆରୀ୧୫ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା। କଂଗ୍ରେସ ଆସନ୍ତା ୧୫ ତାରିଖ ଦିନ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ ବନ୍ଦ ଡାକରା। କଂଗ୍ରେସ ପେଟ୍ରୋଲ ଓ ଡିଜେଲ ଦରରେ ଅହେତୁକ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ବନ୍ଦ ଡାକରା ଦେଇଛି। କରୋନା ପରଠାରୁ ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବଢି ଚାଲିଛି। ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଦର ୮୭ ଟଙ୍କା ଟପିଥିବା ବେଳେ ମାଲକାନଗିରିରେ ଏହା ୯୦ ଟପିଲାଣି। ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିର ପ୍ରଭାବ ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପଡୁଛି। ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଫଳରେ ବିଭିନ୍ନ ସାମଗ୍ରୀର ଦର ମଧ୍ୟ ବୃଦ୍ଧି ପାଉଛି। ଯାହା ଉଭୟ ମଧ୍ୟବିତ୍ତ ଓ ଗରିବ ଲୋକଙ୍କ ପାଇଁ ଅସହ୍ୟ ହୋଇ ପଡିଛି। ଏଭଳି ସ୍ଥଳେ କଂଗ୍ରେସ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି। ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ ଓଡ଼ିଶାର ରାଜ୍ୟବାସୀ ଏହି ବନ୍ଦକୁ ସହଯୋଗ କରନ୍ତୁ ବୋଲି କହିଛନ୍ତି । ଆସନ୍ତା ୧୫ରେ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇ ଦର ବୃଦ୍ଧିକୁ ନେଇ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଏପରିକି ରାଜ୍ୟର ସ୍ୱାର୍ଥ ଓ ଜନସଚେତନତା ଦୃଷ୍ଟିରୁ ଏହି ବନ୍ଦରେ ସାମିଲ ହେବାକୁ ଓଡ଼ିଶାବାସୀଙ୍କୁ ଆହ୍ୱାନ ଦେଇଛନ୍ତି ନିରଞ୍ଜନ।