ବ୍ୟୁରୋ: ବଢୁଛି ତାତି, ଜଳୁଛି ସାରା ଓଡିଶା । ରାଜ୍ୟରେ ଆହୁରି ଦୁଇ ଦିନ ଅସହ୍ୟ ହେବ ଗରମ । ତେବେ ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ରାଜ୍ୟର ୧୮ ସହରର ତାପମାତ୍ରା ୩୦ ଡିଗ୍ରୀ ଟପିଛି । ତାଳଚେର ୩୫.୮ ଡିଗ୍ରୀ ତାପମାତ୍ରା ସହ ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଅନୁଗୁଳ ଓ ବାଲେଶ୍ୱରରେ ତାପମାତ୍ରା ୩୫ ଡିଗ୍ରୀ, ଭବାନୀପାଟଣା, ନୟାଗଡ଼ ଜଗତସିଂହପୁରରେ ୩୪.୮, ଓ ବାରିପଦାରେ ୩୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିଭଳି ଭୁବନେଶ୍ବରରେ ତାପମାତ୍ରା ୩୩.୪ ଡିଗ୍ରୀ ରହିଛି । ଯାଏ ତାତିରୁ ନିସ୍ତାର ମିଳିବନି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। କିଛି ଅଞ୍ଚଳରେ ଦିନର ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି ।ଗୁରୁବାରଠାରୁ ଆସନ୍ତା ରବିବାର ପର୍ଯ୍ୟନ୍ତ ରାଜ୍ୟର ୪ଟି ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ । ସେହି ଜିଲ୍ଲାଗୁଡିକ ହେଉଛି ମୟୂରଭଞ୍ଜ, ନୟାଗଡ, ନୂଆପଡା ଓ ଗଜପତି । ଏହି ୪ ଜିଲ୍ଲାକୁ ସିଭିୟର ହିଟ ୱେଭ ପାଇଁ ଦୁଇ ଦିନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଆବଶ୍ୟକ ସତର୍କତା ଅବଲମ୍ବନ କରିବାକୁ ସରକାରଙ୍କ ପକ୍ଷରୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।