ବଦଳିବ କେରଳ ରାଜ୍ୟର ନାଁ …କେରଳର ନାଁ ବଦଳି କେରଳମ ରଖାଯିବା ନେଇ କେରଳ ବିଧାନସଭାରେ ସର୍ବସମ୍ମତିରେ ଏକ ପ୍ରସ୍ତାବ ପାରିତ ହୋଇଛି। ରାଜ୍ୟର ନାଁକୁ ‘କେରଳ’ ବଦଳରେ ରଖାଯିବ ‘କେରଳମ’। ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ ଗତକାଲି ବିଧାନସଭାରେ ପ୍ରସ୍ତାବକୁ ଉପସ୍ଥାପନ କରିଥିଲେ। ସେ କେନ୍ଦ୍ର ନିକଟରେ ଦେଶର ସାମ୍ବିଧାନର ଅଷ୍ଠମ ଅନୁସୂଚୀରେ ସାମିଲ ସମସ୍ତ ଭାଷାରେ ଦକ୍ଷିଣ ରାଜ୍ୟର ନାମ କେରଳରୁ କେରଳମ କରିବା ପାଇଁ ଦାବି କରିଛନ୍ତି। ପ୍ରସ୍ତାବ ଉପସ୍ଥାପନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ମଲୟାଲମରେ ରାଜ୍ୟକୁ କେରଳମ କୁହାଯାଏ। ସମ୍ବିଧାନର ପ୍ରଥମ ଅନୁସୂଚୀରେ ଆମ ରାଜ୍ୟର ନାମ କେରଳ ଲେଖାଯାଇଛି। ତେଣୁ ସମ୍ବିଧାନର ଅନୁଛେଦ-୩ ଅନୁସାରେ ପ୍ରଥମ କାର୍ୟ୍ୟସୂଚୀରେ ଏହାର ନାଁ ପରିବର୍ତ୍ତନ କରି କେରଳମ କରାଯାଉ ବୋଲି ମୁଖ୍ୟମନ୍ତ୍ରୀ କେନ୍ଦ୍ରକୁ ଅନୁରୋଧ କରିଛନ୍ତି. ଦ୍ୱିତୀୟ ଥର ପାଇଁ ବିଧାନସଭାରେ ରାଜ୍ୟର ନାଁ ପରିବର୍ତ୍ତନ ପାଇଁ ପ୍ରସ୍ତାବ ପାରିତ ହୋଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପ୍ରଥମ ପ୍ରସ୍ତାବର ସମୀକ୍ଷା କରିଥିଲା ଏବଂ କିଛି ବୈଷୟିକ ପରିବର୍ତନ ପାଇଁ ପରାମର୍ଶ ଦେଇଥିଲା। ସୂଚନା ମୁତାବକ, ଗତବର୍ଷ ଅଗଷ୍ଟରେ ମଧ୍ୟ ଗୃହରେ ସର୍ବସମ୍ମତିକ୍ରମେ ଏହିପରି ଏକ ପ୍ରସ୍ତାବ ପାରିତ କରି କେନ୍ଦ୍ରକୁ ପଠାଯାଇଥିଲା। କିନ୍ତୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏଥିରେ କିଛି ବୈଷୟିତ ପରିବର୍ତ୍ତନ ପାଇଁ ପରାମର୍ଶ ଦେଇ ଏହାକୁ ଫେରାଇ ଦେଇଥିଲେ।