ଆଉ ନାଁହାନ୍ତି ଏଲି ସାହୁ , ଗୁଞ୍ଜିବନୀ ଏଲିଙ୍କ ଅଟ୍ଟହାସ୍ୟ , ପଶ୍ଚିମ ଓଡ଼ିଶାର ସୁନାମଧନ୍ୟ କଳାକାର ତଥା ବିଶ୍ଵପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ରେ ଦୀର୍ଘ ୨୨ ବର୍ଷ ଧରି କଂସ ଭୂମିକାରେ ଅଭିନୟ କରି ଆସୁଥିବା ମହାରାଜ ଗୋପାଳ ସାହୁ ( ଏଲି ) ଆଜି ନିଜ ବରପାଲି ସ୍ଥିତ ବାସଭବନ ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଗୋପାଳ ସାହୁ ପୋଲିସ ବିଭାଗରେ ଜଣେ ବରିଷ୍ଠ ଅଧିକାରୀ ଭାବେ କାର୍ୟ୍ୟକରି ଶେଷରେ ଅବସର ଗ୍ରହଣ କରିଥିଲେ , ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ଝାରସୁଗୁଡ଼ାରେ ରହୁଥିବା ସାନପୁଅଙ୍କ ଘରେ ଗୋପାଳ ରହୁଥିଲେ। ଗତକାଲି ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଝାରସୁଗୁଡ଼ାରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମଳିଛି।
ଖବର ପାଇବାପରେ ତାଙ୍କ ବାସଭବନ ରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପଂହଁଚି ତାଙ୍କ ମର ଶରୀରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ପରିବାର ବର୍ଗଙ୍କୁ ଶାନ୍ତନା ଜଣେଇଛନ୍ତି , ତାଙ୍କର ମୃତ୍ୟୁ ଖବର ପାଇବା ପରେ ସ୍ଥାନୀୟ ଅଂଚଳ ତଥା କଳାକାର ଜଗତରେ ଶୋକର ଛାୟା ଖେଳିଯାଇଛି ।
ବଲାଙ୍ଗୀର ଜିଲ୍ଲାରେ ଜନ୍ମିତ ଗୋପାଳ ସାହୁ ବରଗଡ଼ ଧନୁଯାତ୍ରାର ସପ୍ତମ କଂସ ଭାବରେ ଅଭିନୟ କରି ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ତାଙ୍କ ନାମ ଗୋପାଳ ହେଲେ ବି ତାଙ୍କୁ କଂସ ମହାରାଜ ଭାବରେ ସମସ୍ତେ ଜାଣୁଥିଲେ। ୧୯୮୪ ମସିହାରୁ ୨୦୦୮ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ସେ ୨୩ ଥର ଅଭିନୟ କରିବାର ସୁଯୋଗ ପାଇଥିଲେ। ପେଶାରେ ସେ ଜଣେ ପୁଲିସ ଅଧିକାରୀ ଥିଲେ। ହେଲେ ନିଶା ତାଙ୍କର ଅଭିନୟ। ତାଙ୍କ ଅଭିନୟ ଦେଖିବାକୁ ସେ ସମୟରେ କଂସ ଦରବାରରେ ବହୁ ଭିଡ଼ ଜମୁଥିଲା। ନଗର ପରିକ୍ରମା ସମୟରେ ହାତୀ ଉପରେ ବସି ବୁଲି ନିଜ ଉପସ୍ଥିତ ବାକଚାତୁରିରେ ଜରିମାନା ପକାଇ ସେ ଦର୍ଶକଙ୍କ ମନ କିଣୁଥିଲେ