ଆଜି ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ ତମ ଜୟନ୍ତୀ। ଏହି ଅବସରରେ ବିଜେଡି ପକ୍ଷରୁ ଆଜି ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। କଟକ ସ୍ଥିତ ଆନନ୍ଦ ଭବନରୁ ଏକ ସାଇକେଲ ଶୋଭାଯାତ୍ରା ଭୁବନେଶ୍ୱର ବିମାନବନ୍ଦର ଯାଏ ବାହାରିଛି। ଏଥିରେ ଯୁବ, ଛାତ୍ର ସଂଗଠନ ଓ ବିଜେଡିର ବରିଷ୍ଠ ନେତା ମାନେ ସାମିଲ ହୋଇଛନ୍ତି। ଏହି ଅବସରରେ ବିଜେଡି ପକ୍ଷରୁ ସାଇକେଲ ରାଲିର ଆୟୋଜନ କରାଯାଇଛି । କଟକ ଆନନ୍ଦ ଭବନ ନିକଟରୁ ଭୁବନେଶ୍ୱର ଅଭିମୁଖେ ସାଇକେଲ୍ ରାଲି ବାହାରି ସାରିଛି । ଏହି ରାଲି ଭୁବନେଶ୍ୱର ବିମାନ ବନ୍ଦର ଯାଏଁ ଆସିବ । ଏଥିରେ ହଜାର ହଜାର ସଂଖ୍ୟକ ଯୁବକ-ଯୁବତୀ ଓ ଛାତ୍ରଛାତ୍ରୀ ସାମିଲ ହୋଇଛନ୍ତି । ବହୁ ଛାମୁଆ ନେତା ଏହାର ନେତୃତ୍ୱ ନେଉଥିବା ବେଳେ ଯୁବ ବିଜେଡି, ଛାତ୍ର ବିଜେଡିର ଶହଶହ କର୍ମୀ ସାମିଲ ହୋଇଛନ୍ତି । କଟକରୁ ସାଇକେଲରେ ବାହାରିଛନ୍ତି ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ବିଜେଡି ନେତା ପ୍ରଣବ ପ୍ରକାଶ ଦାସ, ଛାତ୍ର ବିଜେଡି ସଭାପତି ଦେବୀ ରଂଜନ ତ୍ରିପାଠୀ. ଯୁବ ବିଜେଡି ସଭାପତି ବ୍ୟମୋକେଶ ରାୟ, ବିଜେଡି ନେତା ଦେବାଶିଷ ସାମନ୍ତରାୟ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ବିଜେଡି ଉପସଭାପତି ଦେବୀ ମିଶ୍ର ପ୍ରମୁଖ ଏହି ସାଇକେଲ ରାଲିର ନେତୃତ୍ୱ ନେଉଛନ୍ତି । ବିଜୁ ବାବୁ ଯୁବ ଗୋଷ୍ଠୀଙ୍କ ପାଇଁ ପ୍ରେରଣାର ଉତ୍ସବ ବୋଲି ନେତାମାନେ କହିଛନ୍ତି । ପ୍ରବାଦ ପୁରୁଷ ତାଙ୍କ ଜୀବନରେ କରିଥିବା କାର୍ଯ୍ୟକ୍ରମ ଆଜିର ଯୁବ ପୀଢିଙ୍କୁ ଆଗକୁ ବଢିବାକୁ ସାହାସ ଯୋଗାଏ ବୋଲି କହିଛନ୍ତି ବିଜୁ ଜନତା ଦଳର ନେତା ଓ କର୍ମୀ ।