ଜରଡ଼ା ଥାନା ଅନ୍ତର୍ଗତ ସାମନ୍ତରାପୁର ଗ୍ରାମରେ ଏକ ମହିଳାଙ୍କ ବିଦ୍ୟୁତ୍ ଆଘାତରେ ମୃତ୍ୟୁ ଘଟିଥିବା ଜଣାପଡିଛି । ସୂଚନା ପ୍ରକାରେ ସାମନ୍ତରାପୁର ଗ୍ରାମର ଗୋବିନ୍ଦ ଗୌଡ଼ ଙ୍କ ସ୍ତ୍ରୀ ସୂର୍ଯ୍ୟକାନ୍ତି ଗୌଡ ଙ୍କ ଶୁକ୍ରବାର ଦିନ ଅପରାହ୍ନ ପ୍ରାୟ ୪ ଘଣ୍ଟା ସମୟରେ ତାଙ୍କ ଘରେ ଥିବା ମୋଟର ଲଗାଇବା ବେଳେ ବିଦ୍ୟୁତ୍ ଆଘାତର ଶିକାର ହୋଇ ଅଚେତ୍ ହୋଇଥିଲେ ।ଘଟଣାସ୍ଥଳରେ ସାମନ୍ତରାପୁର ଗ୍ରାମବାସୀ ଓ ସ୍ଥାନୀୟ ସରପଞ୍ଚ ପହଞ୍ଚି ଅଚେତ୍ ଅବସ୍ଥାରେ ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିବା ବେଳେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସ୍ଥଳରେ ଜରଡ଼ା ଥାନା ପୋଲିସ୍ ପହଞ୍ଚି ଶବ କୁ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଯାଇଥିବା ଜଣାପଡିଛି ।