ବିଶିଷ୍ଟ କବି ରମାକାନ୍ତ ରଥଙ୍କ ପରଲୋକ । ୯୧ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଭୁବନେଶ୍ବର ସ୍ଥିତ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଶ୍ରୀରାଧା କବିତା ସଂକଳନ ପାଇଁ ସେ ଥିଲେ ପରିଚିତ । ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ରମାକାନ୍ତ ରଥ । ସେ ଥିଲେ ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ କବି । ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବା ଯୋଗଦେଇଥିଲେ । ୯୧ ବର୍ଷରେ ଆଖିବୁଜିଲେ କବି ରମାକାନ୍ତ ରଥ । ‘ଶ୍ରୀରାଧା’ କବି ଭାବେ ପରିଚିତ ଥିଲେ ରମାକାନ୍ତ ରଥ । ଭୁବନେଶ୍ୱର ଖାରବେଳନଗର ସ୍ଥିତ ବାସଭବନରେ କବି ରମାକାନ୍ତ ରଥଙ୍କ ପରଲୋକ ହୋଇଛି । ୧୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ରମାକାନ୍ତ । ରେଭେନ୍ସା କଲେଜରୁ ଇଂରାଜୀରେ ସ୍ନାତକ ହାସଲ କରିବା ପରେ ୧୯୫୭ ମସିହାରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ ଏବଂ ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ସଚିବ ଥିଲେ । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ମସିହାରେ ଶ୍ରୀରାଧା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ୨୦୦୬ରେ ପଦ୍ମଭୂଷଣରେ ସମ୍ମାନୀତ ହୋଇଥିଲେ ରମାକାନ୍ତ । ୨୦୧୮ରେ ଅତିବଡି ଜଗନ୍ନାଥ ଦାସ ସମ୍ମାନ ପାଇଥିଲେ । ତାଙ୍କ ପରଲୋକରେ ସାରସ୍ବତ ଜଗତରେ ଶୋକର ଛାୟା ଖେଳିଯାଇଛି । ଶେଷ ଦର୍ଶନ ପାଇଁ ତାଙ୍କ ବାସଭବନରେ ଭିଡ଼ ଜମିଛିି। ଆସନ୍ତାକାଲି ପୁରୀ ସ୍ବର୍ଗଦ୍ବାରରେ ହେବ ଶେଷକୃତ୍ୟ । ଅନ୍ୟପଟେ ପଦ୍ମଭୂଷଣ ରମାକାନ୍ତ ରଥଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି କିସ୍ ଓ କିଟ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ। ସାରସ୍ବତ ଜଗତ ଏକ ଉଜ୍ବଳ ନକ୍ଷତ୍ର ହରାଇଲା ବୋଲି କହିଛନ୍ତି ଡ. ଅଚ୍ୟୁତ ସାମନ୍ତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଏହି ସମୟରେ ତାଙ୍କର କେତେ ଦିନର (୧୯୬୨), ସନ୍ଦିଗ୍ଧ ମୃଗୟା (୧୯୭୧), ସପ୍ତମ ଋତୁ (୧୯୭୭), ସଚିତ୍ର ଅନ୍ଧାର (୧୯୮୨), ଶ୍ରୀରାଧା (୧୯୮୫) ଏବଂ ଶ୍ରେଷ୍ଠ କବିତା (୧୯୯୨) ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ମସିହାରେ ସେ ସରସ୍ୱତୀ ସମ୍ମାନରେ ସମ୍ମାନୀତ ହୋଇଥିଲେ । ଏହି କାବ୍ୟଗ୍ରନ୍ଥ ଇଂରାଜୀ ଓ ଆଠଟି ଭାରତୀୟ ଭାଷାରେ ଅନୁବାଦିତ ହୋଇଥିଲା । ୨୦୦୬ରେ ପଦ୍ମଭୂଷଣରେ ସମ୍ମାନୀତ ହୋଇଥିଲେ ରମାକାନ୍ତ । ବରେଣ୍ୟ କବି ରମାକାନ୍ତ ରଥଙ୍କ ବିୟୋଗରେ ସାହିତ୍ୟିକ ମହଲରେ ଶୋକର ଛାୟା ଖେଳିଯାଇଛି ।