ଭିଆରଏସ୍ ନେଲେ ସୁଜାତା କାର୍ତ୍ତିକେୟନ୍ । ଆଇଏଏସ୍ ସୁଜାତା କାର୍ତ୍ତିକେୟନ୍ ଭିଆରଏସ୍ ପାଇଁ ଆବେଦନ କରିଥିବା ସୂଚନା ମିଳିଛି । ୧୫ ଦିନ ତଳେ ସେ କେନ୍ଦ୍ର ନିକଟରେ ଭିଆରଏସ୍ ପାଇଁ ଆବେଦନ କରିଥିଲେ । କେନ୍ଦ୍ର ସରକାର ଭିଆରଏସକୁ ମଞ୍ଜୁରି ଦେଇଥିବା ଜଣାପଡ଼ିଛି । ବ୍ୟକ୍ତିଗତ କାରଣରୁ IAS ଚାକିରି ଛାଡ଼ିଲେ । ୨୦୦୦ ବ୍ୟାଚ୍ ର ଆଇଏଏସ୍ ଅଫିସର ହେଉଛନ୍ତି ସୁଜାତା କାର୍ତ୍ତିକେୟନ୍ । ବିଜେଡି ନେତା ଭିକେ ପାଣ୍ଡିଆନ୍ଙ୍କ ପତ୍ନୀ ହେଉଛନ୍ତି ସୁଜା କାର୍ତ୍ତିକେୟନ୍ । ପୂର୍ବରୁ ଭିଆର୍ଏସ୍ ନେଇ ଭିକେ ପାଣ୍ଡିଆନ୍ ମଧ୍ୟ ରାଜନୀତିକୁ ଆସିଥିଲେ । ବିଜେଡିର ପରାଜୟ ପରେ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଥିଲେ ପାଣ୍ଡିଆନ୍ । ତେବେ ଭିଆର୍ଏସ୍ ନେବା ପରେ ସୁଜାତା ଏବଂ ପାଣ୍ଡିଆନ୍ ଙ୍କ ଆଭିମୁଖ୍ୟ କଣ ରହିବ , ତା ଉପରେ ସମସ୍ତଙ୍କ ନଜର ରହିଛି । ତାଙ୍କ ପ୍ରାରମ୍ଭିକ ଜୀବନ ଝାଡ଼ଖଣ୍ଡର ଜାମସେଦପୁରରେ କଟିଥିଲା, ଯେଉଁଠାରେ ତାଙ୍କ ବାପା ଜଣେ ଡାକ୍ତର ଭାବେ କାର୍ଯ୍ୟ କରୁଥିଲେ । ୨୦୦୦ ମସିହାରେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ସମୟରେ ସୁଜାତାଙ୍କ ଆଇଏଏସ୍ କ୍ୟାରିୟର ଆରମ୍ଭ ହୋଇଥିଲା । ସେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗର କମିଶନର-ସହ-ସଚିବ ଭାବେ କାର୍ଯ୍ୟ କରିଥିଲେ, ଯାହା ମହିଳା ସଶକ୍ତିକରଣ ପାଇଁ ନବୀନ ପଟ୍ଟନାୟକଙ୍କ ଦ୍ୱାରା ୨୦୦୧ରେ ଆରମ୍ଭ ହୋଇଥିଲା । ୨୦୨୪ ନିର୍ବାଚନରେ ବିଜେଡି କ୍ଷମତା ହରାଇବା ପରେ ସୁଜାତା ଛଅ ମାସର ଛୁଟିରେ ଥିଲେ । ନଭେମ୍ବର ୨୬, ୨୦୨୪ ପର୍ଯ୍ୟନ୍ତ ତାଙ୍କୁ ଛୁଟି ମଞ୍ଜୁର କରାଯାଇଥିଲା, କିନ୍ତୁ ତାଙ୍କ ଆବେଦନ ଅନୁସାରେ ଆଉ ଛଅ ମାସର ଛୁଟି ବୃଦ୍ଧି ପାଇଁ ଓଡ଼ିଶାର ବିଜେପି ସରକାର ଅନୁମତି ଦେଇ ନଥିଲେ । ୨୦୨୪ ନିର୍ବାଚନରେ ବିଜେଡି କ୍ଷମତା ହରାଇବା ପରେ ସୁଜାତା ଛଅ ମାସର ଛୁଟିରେ ଥିଲେ । ନଭେମ୍ବର ୨୬, ୨୦୨୪ ପର୍ଯ୍ୟନ୍ତ ତାଙ୍କୁ ଛୁଟି ମଞ୍ଜୁର କରାଯାଇଥିଲା, କିନ୍ତୁ ତାଙ୍କ ଆବେଦନ ଅନୁସାରେ ଆଉ ଛଅ ମାସର ଛୁଟି ବୃଦ୍ଧି ପାଇଁ ଓଡ଼ିଶାର ବିଜେପି ସରକାର ଅନୁମତି ଦେଇ ନଥିଲେ । ଏହାପରେ ସେ ସ୍ୱେଚ୍ଛାକୃତ ଅବସର ଗ୍ରହଣ କରିଥିବା ରିପୋର୍ଟ ପ୍ରକାଶ ପାଇଛି, ଯାହାକୁ କେନ୍ଦ୍ର ସରକାର ମଞ୍ଜୁରି ଦେଇଛନ୍ତି । ଏହି ନିଷ୍ପତ୍ତି ରାଜ୍ୟ ରାଜନୀତିରେ ନୂଆ ଆଲୋଚନା ସୃଷ୍ଟି କରିଛି ।