ମାଲକାନଗିରିରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଂଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳିନ ଚଢ଼ାଉ ହୋଇଛି । ଚଢ଼ାଉ ବେଳେ ଭଡ଼ା ଘରୁ ୧ଲକ୍ଷ ୧୫ହଜାର ଟଙ୍କା ନଗଦ ଜବତ କରିଛି ଭିଜିଲାନ୍ସ ।ଏହାସହ ଗୋଟିଏ କାର ଓ ବାଇକ ବି ଜବତ ହୋଇଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ୭ଟି ସ୍ଥାନରେ ଚଢ଼ାଉ କରୁଛି । ମାଲକାନଗିରିର ଭଡ଼ାଘର ଓ କାର୍ଯ୍ୟାଳୟ ସମେତ ବାଲେଶ୍ୱର, ଜଳେଶ୍ୱର ଓ ଭୁବନେଶ୍ୱରରେ ଚଢ଼ାଉ ଚାଲିଛି ।
ସଞ୍ଜୟଙ୍କର ମାଲକାନଗିରିରେ ଥିବା ଭଡ଼ା ଘର ଓ କାର୍ଯ୍ୟାଳୟ, ଜଳେଶ୍ୱରରେ ଥିବା ପୈତୃକ ଘର, ଭୁବନେଶ୍ୱରରେ ଥିବା ନିଜସ୍ୱ ଏକ ଫ୍ଲାଟ୍ ଓ ପୋଖରୀପୁଟରେ ଥିବା ଶ୍ୱଶୁର ଘର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଏପରିକି କନିଷ୍ଠ ଯନ୍ତ୍ରୀ ଯେଉଁ ଘରେ ମାଲକାନଗିରିରେ ଭଡ଼ାରେ ରହୁଛନ୍ତି, ସେହି ଭଡ଼ା ଘର ମାଲିକଙ୍କ ଘରେ ମଧ୍ୟ ରେଡ୍ ଚାଲିଥିବା ସୂଚନା ରହିଛି।