ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ସ୍ଥଳ ଚିହ୍ନଟ ହେଲା । ଭିତରକନିକା ଓ ଧମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା । ୨୪ ତାରିଖ ରାତି ଏବଂ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବ ବାତ୍ୟା । ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦ରୁ ୧୧୦ କିମି ରହିବ । ସ୍ଥଳ ବିଶେଷରେ ପବନର ବେଗ ୧୨୦ କିମିକୁ ବଢିବା ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କଟକ ଓ ଢେଙ୍କାନାଳ ଜିଲ୍ଲାରେ ପ୍ରଭାବ ପଡ଼ିବ । ଏବେ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଆଗକୁ ବଢ଼ୁଛି ବାତ୍ୟା । ସେହିପରି ବାତ୍ୟା ‘ଦାନା’ ପ୍ରଭାବରେ ଆସନ୍ତାକାଲି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର,ମୟୂରଭଞ୍ଜ, ଜଗତସିଂହପୁର ଓ କଟକ। ଏହି ଜିଲ୍ଲାରେ କିଛି ସ୍ଥାନରେ ୨୦ରୁ ୩୦ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମୟୂରଭଞ୍ଜ ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୮୦ରୁ ୯୦ କ.ମି ରହିବ। ପୁରୀ ଓ କଟକରେ ଘଣ୍ଟାପ୍ରତି ୬୦ରୁ ୮୦କିମି ପବନ ହେବାକୁ ଥିବାବେଳେ ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲା ସମେତ ଭୁବନେଶ୍ୱରରେ ପବନର ବେଗ ଘଣ୍ଟାପ୍ରତି ୬୦ରୁ୭୦ କିଲୋମିଟର ରହିବାର ସମ୍ଭାବନା ରହିଛି। ବାତ୍ୟା ‘ଦାନା’ ପ୍ରଭାବରେ ଆସନ୍ତାକାଲି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର,ମୟୂରଭଞ୍ଜ, ଜଗତସିଂହପୁର ଓ କଟକ। ଏହି ଜିଲ୍ଲାରେ କିଛି ସ୍ଥାନରେ ୨୦ରୁ ୩୦ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।