ଭୁବନେଶ୍ୱର : ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ। ରାଜ୍ୟରେ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳନ ନେଇ ପ୍ରସ୍ତୁତି ସରିଛି। ଭୁବନେଶ୍ବର ଗାନ୍ଧୀମାର୍ଗରେ ରାଜ୍ଯସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହେବ। ମାନ୍ୟବର ରାଜ୍ୟପାଳ ଜାତୀୟ ପତାକା ଉତ୍ତୋଳନ କରିବେ। ତେବେ କୋଭିଡ କଟକଣା ପାଇଁ ଦର୍ଶକଙ୍କୁ ପରେଡ୍ ସ୍ଥଳକୁ ମନା। ସକାଳ ୬.୩୦ରୁ ଦିନ୯ଟା ପର୍ଯ୍ୟନ୍ତ ଲୋୟର ପିଏମ୍ ଜିରେ ୧୪୪ ଧାରା ଜାରି କରାଯାଇଛି। ସେହିପରି କଟକ ବାରବାଟୀ ଷ୍ଟାଡିଯମରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ପତାକା ଉତ୍ତୋଳନ କରିବେ। ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ବାରବାଟୀ ଷ୍ଟାଡିଯମକୁ ସାଧାରଣଲୋକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। କୋଭିଡ୍ କଟକଣା ପାଇଁ ଚଳିତ ବର୍ଷ ଛାତ୍ରଛାତ୍ରୀମାନେ ପରେଡରେ ସାମିଲ ହେବେନି। ମାତ୍ର ଦୁଇଟି ପୋଲିସ କଣ୍ଟିଜେଣ୍ଟ ପରେଡରେ ଭାଗ ନେବେ। ପୋଲିସ ବ୍ୟାଣ୍ଡ ଜାତୀୟ ସଙ୍ଗୀତ ପରିବେଷଣ କରିବେ।