ନବରଙ୍ଗପୁର ଜିଲ୍ଲା ରେ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନା ର ଦ୍ଵିତୀୟ କିସ୍ତି ବଣ୍ଟନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି କାର୍ୟ୍ୟକ୍ରମ ରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ବିଧାୟକ ଶ୍ରୀ ଗୌରୀ ଶଙ୍କର ମାଝୀ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। ଜିଲ୍ଲପାଳ ଡ଼ା ଶୁଭଙ୍କର ମହାପାତ୍ର, ଜିଲ୍ଲା ପରିଷଦ ର କାର୍ୟ୍ୟ ନିର୍ବାହୀ ଅଧିକାରୀ ବିରଞ୍ଚି ନାରାୟଣ ଦରବାନ ପ୍ରମୁଖ ଉପସ୍ଥିତ ଥିଲେ। ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ଓଡିଶାର ସର୍ବ ବୃହତ ମହିଳା କେନ୍ଦ୍ରିକ ଯୋଜନା ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ବଣ୍ଟନ କରାଯିବା ନିଶ୍ଚିତ ରୂପେ ଏକ ଯୁଗାନ୍ତକାରୀ ପଦକ୍ଷେପ ବୋଲି ମନ୍ତ୍ରୀ ଶ୍ରୀ ଗଣ୍ଡ ପ୍ରକାଶ କରିଥିଲେ। ଏହି ଅବସରରେ ଆଭାସୀ ଜରିଆରେ ରାଜ୍ୟ ସ୍ତରୀୟ ସୁଭଦ୍ରା ଯୋଜନା କାର୍ୟ୍ୟକ୍ରମ ପ୍ରଦର୍ଶିତ ହୋଇଥିଲା।