ମା ସମଲେଶ୍ୱରୀଙ୍କ ମନ୍ଦିରର ସୌନ୍ଦର୍ଯ୍ୟ କରଣ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟ ଖୁବ ଶୀଘ୍ର ଆରମ୍ଭ କରାଯିବ।
ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଆଜି ସମ୍ବଲପୁର ଯାଇ ମା ସମଲେଶ୍ୱରୀଙ୍କ ମନ୍ଦିର ପରିଦର୍ଶନ କରିବା ସହ ବିକାଶ ସଂପର୍କରେ ଆଲୋଚନା କରିଛନ୍ତି । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଭକ୍ତମାନେ ମା’ ଙ୍କ ଦର୍ଶନ ପାଇଁ ଆସିଥାନ୍ତି ।ରାଜ୍ୟ ସରକାରଙ୍କର 5T କାର୍ଯ୍ୟକ୍ରମ ଅଧୀନରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ ଏବଂ ୨ ବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସଂପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି।ସମଲେଶ୍ୱରୀ ମନ୍ଦିର ବିକାଶ ପ୍ରକଳ୍ପରେ ମନ୍ଦିରର ସୌନ୍ଦର୍ଯ୍ୟକରଣ ସହିତ ପାରିପାର୍ଶ୍ୱିକ ବିକାଶ, ଐତିହ୍ୟ କରିଡରର ବିକାଶ, ଭୋଗମଣ୍ଡପ, ଯାତ୍ରୀ ଓ ଭକ୍ତ ନିବାସ, ପାର୍କିଂ ସୁବିଧା ଏବଂ ନଦୀ ସମ୍ମୁଖ ଭାଗର ବିକାଶକୁ ଅନ୍ତର୍ଭୁକ୍ତ କରାଯାଇଛି ।