<h3>ମେ’ ୨୦ତାରିଖରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ୟ୍ୟାୟ ଭୋଟିଂ। ଦ୍ୱିତୀୟ ପର୍ୟ୍ୟାୟ ଭୋଟିଂ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଆସନ୍ତା ୬ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ଏହି ପର୍ୟ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ ଥିବା ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ।ବରଗଡ଼ର ପଦ୍ମପୁରରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିପରି ବରଗଡ଼ ଲୋକସଭା ଅନ୍ତର୍ଗତ ଅନ୍ୟ ୬ ବିଧାନସଭା କ୍ଷେତ୍ର ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ। ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ବଣାଇରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଅନ୍ୟ ସମସ୍ତ ୬ ବିଧାନସଭା କ୍ଷେତ୍ର ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ।ବଲାଙ୍ଗିର ସଂସଦୀୟ କ୍ଷେତ୍ରରେ ଥିବା ପାଟଣାଗଡ଼ ବିଧାନସଭା କ୍ଷେତ୍ରରେ ୧୭ ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୪ଟା ଓ ଅନ୍ୟ ପୋଲିଂ ବୁଥରେ ସକାଳ ୭ଟାରୁ ୫ଟା ଯାଏଁ ଭୋଟ ହେବ। ସେହିପରି କଣ୍ଟାବାଂଜିରେ ୧୩ ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୪ଟା ଓ ଅନ୍ୟ ପୋଲିଂ ଷ୍ଟେସନରେ ୭ଟାରୁ ୫ଟା ଯାଏଁ ଭୋଟ ହେବ। ତେବେ ଅନ୍ୟ ୫ ବିଧାନସଭା କ୍ଷେତ୍ର ବଲାଙ୍ଗିର, ଟିଟିଲାଗଡ଼, ବୀରମହାରାଜପୁର, ସୋନପୁର, ଲୋଇସିଂହାରେ ସକାଳ ୭ଟାରୁ ୬ଟା ଯାଏ ଭୋଟ ହେବ। କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଭଂଜନଗରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ହେବ।ସେହିପରି ଦଶପଲ୍ଲାରେ ସକାଳ ୭ଟାରୁ ଅପରାହ୍ଣ ୫ଟା, ବୌଦ୍ଧ ଓ କଣ୍ଟାମାଳରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ହେବ। ତେବେ ବାଲିଗୁଡ଼ାର ୧୫ ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୫ଟା ଓ ଅନ୍ୟ ପୋଲିଂ ବୁଥରେ ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ଭୋଟ ଗ୍ରହଣହେବ।</h3>