ଭୁବନେଶ୍ବର : ଗତ ୨୪ ଘଣ୍ଟା ମଧ୍ୟରେ ୪୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ଜିଲ୍ଲାରୁ ସର୍ବାଧିକ ୬ ଜଣ ରହିଥିବା ବେଳେ ସୁନ୍ଦରଗଡ଼ରୁ ୪ ଜଣ ରହିଛନ୍ତି । ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୯୨୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୬୭୫୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୩୯୩୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ୫୩ଜଣଙ୍କ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୨୨୫୦୨୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।