ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୮୩୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ସର୍ବାଧିକ ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ହୋଇଥିବା ବେଳେ କଳାହାଣ୍ଡି, କଟକ ଜିଲ୍ଲାରୁ ୪ଜଣ ରହିଛନ୍ତି । ବୌଦ୍ଧ , ଝାରସୁଗୁଡ଼ା, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, ବଲାଙ୍ଗୀର , ଦେଓଗଡ଼, ଗଜପତି, କେନ୍ଦ୍ରାପଡ଼ା ନବରଙ୍ଗପୁର, ରାୟଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବରଗଡ଼, ଭଦ୍ରକ , ଗଞ୍ଜାମ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୯୦୯୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୫୪୨୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୦୨୬୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮୭୩କୁ ବୃଦ୍ଧି ପାଇଥିବା ବେଳେ ୫୩ଜଣଙ୍କର ଅଣ କୋଭିଡ଼ ଯୋଗୁଁ ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୧୯୭୨୨୨୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।