ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୪୭୩୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୫୧୫ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୮୧୪୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଯୋଗୁଁ ୩୨୫୭ଙ୍କ ଜୀବନ ଯାଇଥିବା ବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି । ସେହିପରି ଏବେ ସୁଦ୍ଧା ରାଜ୍ୟରେ ୧୨୫୯୦୩୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।