ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ରହିଥିବା ବେଳେ ବରଗଡ଼, କଟକ , ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଝାରସୁଗୁଡ଼ା, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଜଗତସିଂହପୁର , ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଞ୍ଜାମ, କଳାହାଣ୍ଡି, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କନ୍ଧମାଳ, କେନ୍ଦ୍ରାପଡ଼ା , କୋରାପୁଟ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୮୬୯୪୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୪୨୧୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୪୮୯୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି । ଏବେ ସୁଦ୍ଧା ରାଜ୍ୟରେ ୧୩୨୮୩୬୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।