ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୯୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୩୩ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୨୫୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୫ଜଣ, ବାଲେଶ୍ୱର ଜିଲ୍ଲାରୁ ୮୩ଜଣ, ବରଗଡ଼ ଜିଲ୍ଲାରୁ ୧୨୬ଜଣ, ଭଦ୍ରକ ଜିଲ୍ଲାରୁ ୩୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧୦ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୨୦୮ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୬୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨୪ଜଣ, ଯାଜପୁର ଜିଲ୍ଲାରୁ ୫୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨୬୦ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ଜଣ, କେନ୍ଦୁଝର ଜିଲ୍ଲାରୁ ୭୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୩୮ଜଣ, କୋରାପୁଟ ଜିଲ୍ଲାରୁ ୧୪ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୫୧ଜଣ, ପୁରୀ ଜିଲ୍ଲାରୁ ୧୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୨୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୪୮ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୩୧ଜଣ, ଷ୍ଟେଟ୍ ପୁଲ୍ରୁ ୯୪ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୮୩୪୨ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୫୮୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୪୬୨୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୪୧୭୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୪୯୬୨୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।