ଭୁବନେଶ୍ବର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୮୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୬୦୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୨ଜଣ, ବରଗଡ଼ ଜିଲ୍ଲାରୁ ୨୫୭ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫୮ଜଣ, ବୌଦ୍ଧ ଜିଲ୍ଲାରୁ ୮୩ଜଣ, କଟକ ଜିଲ୍ଲାରୁ ୪୯୬ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୯୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ, ଯାଜପୁର ଜିଲ୍ଲାରୁ ୨୭୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨୬ଜଣ, କନ୍ଧମାଳ ଜିଲ୍ଲାରୁ ୫୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୪୦ଜଣ, କୋରାପୁଟ ଜିଲ୍ଲାରୁ ୬୯ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮୮ଜଣ, ନୟାଗଡ଼ ଜିଲ୍ଲାରୁ ୧୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୩୩ଜଣ, ପୁରୀ ଜିଲ୍ଲାରୁ ୨୫୯ଜଣ, ରାୟଗଡ଼ା ଜିଲ୍ଲାରୁ ୭୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୦୭ଜଣ, ସୋନପୁର ଜିଲ୍ଲାରୁ ୬୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୩୩ଜଣ, ଷ୍ଟେଟ୍ ପୁଲ୍ରୁ ୩୪୮ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୮୫୧୫ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୮୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୪୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୭୧୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୯୯୭୧୪୦ସାମ୍ପୁଲ ଟେଷ୍ଟ୍ ହୋଇଛି ।