ଭୁବନେଶ୍ୱର : ପ୍ରତ୍ୟେକ ଦିନ ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଆଜି ଆସିଥିବା ରିପୋର୍ଟ ଅନୁଯାୟୀ ଏହି ସଂଖ୍ୟା ୧୦୦ ତଳକୁ ଖସିଛି। ୭ ମାସ ପରେ ପ୍ରଥମ ଥର ରାଜ୍ୟରେ ୧୦୦ ତଳକୁ ଖସିଛି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୯୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୪୧ଟି ହେଉଛି ଲୋକାଲ୍ କେସ୍।୧୯ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍ରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଅଛନ୍ତି। ୧୧ଟି ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।ଅନୁଗୋଳ ଜିଲ୍ଲାରୁ ୬ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୭, ବରଗଡ଼ରୁ ୩, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୮, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ଜଣେ, ଯାଜପୁରରୁ ୪, ଝାରସୁଗୁଡ଼ାରୁ ଜଣେ, କନ୍ଧମାଳରୁ ଜଣେ, ଖୋର୍ଦ୍ଧାରୁ ୧୪, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୩, ନୂଆପଡ଼ାରୁ ୮. ପୁରୀରୁ ୪, ରାୟଗଡ଼ାରୁ ୩ ଓ ସମ୍ବଲପୁରରୁ ୯ ଜଣ ଚିହ୍ନଟ ହୋଇଛନ୍ତି।