ଉତ୍ତର ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ । ଆଗାମୀ ୭ ଦିନ ଯାଏ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କାଁଭାଁ ସ୍ଥାନରେ ହେବ । ଆସନ୍ତା ୧୨ ତାରିଖ ଯାଏ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କାଁ ଭାଁ ସ୍ଥାନରେ ବର୍ଷା ହେବ । ଢେଙ୍କାନାଳ, କଟକ , ଜଗତସିଂହପୁର ,ଯାଜପୁର, କେନ୍ଦ୍ରାପଡା,ଭଦ୍ରକ, ବାଲେଶ୍ଵର ମୟୁରଭଂଜ ଓ କେନ୍ଦୁଝର ରେ ହାଲୁକରୁ ମଧ୍ୟମ ଧରଣର ଜାରି ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ । ସେହିପରି ଆଜି ମାଲକାନଗିରି ,କୋରାପୁଟ, ରାୟଗଡା, ଗଜପତି,ଭଦ୍ରକ, ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ୭ ଦିନ ଯାଏ ବର୍ଷାର ବିଶେଷ ପ୍ରଭାବ ନଥିବା ବେଳେ ୧୦ ତାରିଖ ପରେ ବର୍ଷା ବଢିବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ମୌସୁମୀ ଅପସାରଣ ବିଳମ୍ବ ହେଉଥିବାରୁ ଆଦ୍ରତାର ପରିମାଣ ବଢ଼ିବାରେ ଲାଗିଛି । ଫଳରେ ପ୍ରବଳ ଗରମ ସହ ଗୁଳୁଗୁଳି ହେଉଛି । ସମ୍ପୂର୍ଣ ମୌସୁମୀ ପ୍ରତ୍ୟାବର୍ତନ ପରେ ହିଁ ରାଜ୍ୟରେ ଗୁଳୁଗୁଳି କମିବା ବୋଲି ବିଭାଗ ଆକଳନ କରିଛି ।