ଭୁବନେଶ୍ବର,(ଏନଏନଏସ ଓଡ଼ିଆ /୧୭.୦୨): ଆସନ୍ତାକାଲି ଲିଙ୍ଗରାଜ ମହାପ୍ରଭୁଙ୍କ ଜାଗରଯାତ୍ରା ନେଇ ପୋଲିସ ପକ୍ଷରୁ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ୩୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ରାତି ୨ ଟାରୁ ସେବାୟତ ପରିବାର ଉତ୍ତର ଦ୍ବାର ଦେଇ ପ୍ରବେଶ କରି ଦର୍ଶନ କରିବେ ଓ ପରେ ରାତି ୩ ଟାରୁ ସିଂହ ଦ୍ବାର ଦେଇ ଶ୍ରଦ୍ଧାଳୁ ପ୍ରବେଶ କରିବେ। ଗଙ୍ଗା ଯମୁନା ଛକରୁ ସ୍ବତନ୍ତ୍ର ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଗୋଟିଏ କଣ୍ଟ୍ରୋଲ ରୁମ କରାଯାଇଛି। ପକେଟମାର, ଛିନତାଇ ଉପରେ ସିସିଟିଭି ନଜର ରହିବ। ଜାଗର ପାଇଁ ଟ୍ରାଫିକ କଟକଣା ରହିଛି।
ଏସଓଜି ମୁତୟନ ହେବେ। ୪ଟି ସିଫ୍ଟରେ ଡ୍ୟୁଟି କରିବେ ପୋଲିସ। ୫ଜଣ ଆଡସିନାଲଏସପି ୧୧ ଏସପି,୧୯ ଆଇଆଇସି ୮୦ ଜଣ ଏଏସଆଇ, ୧୧୦ ହୋମଗାର୍ଡ ନିୟୋଜିତ ହେବେ। ୧୩ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା କରାଯାଇଛି। ୨ /୩ଟି ଗ୍ୟାଙ୍ଗ ସକ୍ରିୟ ଅଛନ୍ତି। ଗ୍ୟାଙ୍ଗ ରେ ନାବାଳକ ଏବଂ ମହିଳା ଅଛନ୍ତି। ସେମାନେ ପର୍ସ ପକେଟମାର ସହ ସୁନା ଗହଣା ଛିନତାଇ କରିବା ର ସମ୍ଭାବନା ରହିଛି।
ସେମାନଙ୍କ ପାଇଁ ସାଧାପୋଷାକରେ ପୋଲିସ ମୁତୟନ କରାଯାଇଛି। ମନ୍ଦିର ସମ୍ମୁଖ ରାସ୍ତାରେ ଓ୍ବାନ ଓ୍ବେ କରାଯାଇଛି। ୧୦୦ ମିଟର ପରିଧି ମଧ୍ୟରେ ଗାଡି ଚଳାଚଳ ନିଷିଦ୍ଧ କରାଯାଇଛି। ଭୁବନେଶ୍ୱର ର ଅନ୍ୟ ୧୦ ଟି ମନ୍ଦିରରେ ମଧ୍ୟ ପୋଲିସ ମୁତୟନ ହୋଇଛନ୍ତି। ପୋଲିସ ଏବଂ ମନ୍ଦିର ପ୍ରଶାସନ ମିଳିତ ଭାବେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରୁଛନ୍ତି।