ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କର ପରଲୋକ । ଦୀର୍ଘ ଦିନ ଧରି ସେ କ୍ୟାନସରରେ ପୀଡ଼ିତ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।
୧୯୪୭ ମସିହା ଫେବ୍ରୁଆରୀ ୮ ତାରିଖରେ ଜନ୍ମ ହୋଇଥିବା ସ୍ୱରୂପ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ।
୫୦ ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ। ସେ ପ୍ରାୟ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ସେ ଅଭିନୟ କରିଥିଲେ। ସେହିପରି ୬ଟି ଫିଲ୍ମରେ ଗୀତ ଗାଇ ଥିଲେ।
ସେ ଏକାଧାରରେ ଜଣେ ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ଓ ଅଭିନେତା ଥିଲେ। ୮୦ ଦଶକରେ ବହୁ ଫିଲ୍ମରେ ସଫଳ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ୧୯୪୭ ଫ୍ରେବୁଆରୀ ୮ ତାରିଖରେ ସ୍ୱରୂପ ନାୟକ ଜନ୍ମ ଗ୍ରହଣ କରିଥିଲେ। ୪୧ଟି ଓଡିଆ ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ୩୦ଟି ଫିଲ୍ମ ପାଇଁ ଗୀତ ରଚନା କରିଛନ୍ତି। ୬ଟି ଫିଲ୍ମରେ ପ୍ରଚ୍ଛପଟ୍ଟ ଗାୟକ ଭାବେ ଗୀତ ଗାଇଛନ୍ତି। ୬ଟି ଫିଲ୍ମରେ ଅଭିନୟର ଯାଦୁ ମଧ୍ୟ ଦେଖାଇଛନ୍ତି। ୧୯୮୪ରେ ହୀରାନୀଳା ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ୧୯୬୨ରେ ଶିଶୁ କଳାକାର ଭାବେ ଅଭିନୟ ଆରମ୍ଭ କରିଥିଲେ। ସଙ୍ଗୀତକାର ତଥା ଚଳଚ୍ଚିତ୍ର ନିର୍ଦ୍ଦେଶକ ଶାରଦା ପ୍ରସନ୍ନ ନାୟକ ତାଙ୍କର ଭାଇ ଏବଂ ପାର୍ବତୀ ଘୋଷ ତାଙ୍କର ଭଉଣୀ। ସ୍ୱୟଂସିଦ୍ଧା, କଥାନ୍ତର ଫିଲ୍ମରେ ସ୍ୱରୂପ ନାୟକ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି। ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଓ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ। ‘ମନ ରହିଗଲା ତୁମରିଠାରେ’ ଓ ‘କଥାନ୍ତର’ ପାଇଁ ସେ ପୁରସ୍କାର ପାଇଥିଲେ। ସେହିପରି ୨୦୦୬ରେ ବାଇସ୍କୋପ ପୁରସ୍କାର ମଧ୍ୟ ପାଇଛନ୍ତି। ‘ପୁଅ ମୋର ଭୋଳାଶଙ୍କର’, ‘ଆଇ ଲଭ୍ ୟୁ’, ‘ଶାଶୁ ଘର ଚାଲିଯିବି’, ‘ଉଦଣ୍ଡୀ ସୀତା’ର ସଙ୍ଗୀତ ନିର୍ଦ୍ଦେଶକ ମଧ୍ୟ ଥିଲେ।