ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ। ହାଇକୋର୍ଟ ପରିସରରେ ଶପଥ ପାଠ କରାଇଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ଶପଥ ଗ୍ରହଣ ଉତ୍ସବରେ ଓଡିଶା ହାଇକୋର୍ଟର ସମସ୍ତ ବିଚାରପତି, ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା ଏବଂ ରାଜ୍ୟର ବହୁ ବରିଷ୍ଠ ଅଧିକାରୀ ଯୋଗଦେଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝି, ଉପମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ଅଛନ୍ତି । ଓଡ଼ିଶା ହାଇକୋର୍ଟ ପରିସରରେ ଏହି ସମାରୋହରେ ଏହି ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର, ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ, ହାଇକୋର୍ଟର ସମସ୍ତ ବିଚାରପତି, କର୍ମଚାରୀ, ବାର ଆସୋସିଏସନ୍ର ବରିଷ୍ଠ ସଦସ୍ୟ ପ୍ରମୁଖ ଉପସ୍ଥିତ ଥିବାର ଦେଖିବାକୁ ମିଳିଛି। ଜଷ୍ଟିସ ଟଣ୍ଡନଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି କରାଯାଇଥିଲା । ସୁପ୍ରିମକୋର୍ଟଙ୍କ କଲେଜିୟମ ଗତ ୬ ତାରିଖରେ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ। କେନ୍ଦ୍ର ସରକାରଙ୍କ ସହମତି ପରେ ରାଷ୍ଟ୍ରପତି ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଏହା ପୂର୍ବରୁ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଥିଲେ ଜଷ୍ଟିସ ଟଣ୍ଡନ। ଗତ ଜାନୁଆରୀ ୧୯ ରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଓଡିଶା ହାଇକୋର୍ଟରୁ ଅଵସର ନେବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ରହିଥିଲା। ସେବେଠାରୁ ଜଷ୍ଟିସ ଅରିନ୍ଦମ ସିହ୍ନା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ। ୧୯୬୪ ମସିହା ନଭେମ୍ବର ୧୬ ରେ ଜଷ୍ଟିସ ଟଣ୍ଡନଙ୍କର ଜନ୍ମ। ୧୯୮୩ ମସିହାରେ କଲିକତା ବିଶ୍ୱବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ ପରେ ୧୯୮୯ ରେ ସେହି ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିଥିଲେ। ସେହିବର୍ଷ ସେପ୍ଟେମ୍ବର ୨୬ ରେ ଓକିଲ ଭାବେ ନାମ ପଞ୍ଜିକରଣ କରି ସେ ପ୍ରାକ୍ଟିସ ଆରମ୍ଭ କରିଥିଲେ। ଦେୱାନି ମାମଲା ପରିଚାଳନାରେ ସେ ସିଦ୍ଧହସ୍ତ। ୨୦୧୦ ଏପ୍ରିଲ ୧୩ ତାରିଖରେ କଲିକତା ହାଇକୋର୍ଟରେ ତାଙ୍କୁ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା। ସେବେଠାରୁ ସେ କଲିକତା ହାଇକୋର୍ଟରେ ବିଚାରପତି ଭାବେ କାର୍ଯ୍ୟ କରି ଅନେକ ଦୃଷ୍ଟାନ୍ତମୂଳକ ରାୟ ପ୍ରଦାନ କରିଛନ୍ତି। ଜଷ୍ଟିସ ହରିଶ ଟଣ୍ଡନଙ୍କ ଓଡିଶା ହାଇକୋର୍ଟରେ ଯୋଗଦାନ ପରେ ବିଚାରପତିଙ୍କ ସଂଖ୍ୟା ୧୯ରେ ପହଁଚିଛି। ଜଷ୍ଟିସ ଟଣ୍ଡନଙ୍କୁ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ ଗତ ୬ ତାରିଖରେ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ । କେନ୍ଦ୍ର ସରକାରଙ୍କ ସହମତି ପରେ ରାଷ୍ଟ୍ରପତି ଏହି ନିଯୁକ୍ତି ପ୍ରଦାନ କରିଛନ୍ତି । ଏହା ପୂର୍ବରୁ କୋଲକାତା ହାଇକୋର୍ଟର ବରିଷ୍ଠ ବିଚାରପତି ଥିଲେ ଜଷ୍ଟିସ ଟଣ୍ଡନ । ଗତ ଜାନୁଆରୀ ୧୯ ରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଓଡିଶା ହାଇକୋର୍ଟରୁ ଅଵସର ନେବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ରହିଛି । ସେବେଠାରୁ ଜଷ୍ଟିସ ଅରିନ୍ଦମ ସିହ୍ନା କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଇ ଆସୁଥିଲେ ।